BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବାତ୍ୟା ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ।

ନୂଆଦିଲ୍ଲୀ,୨୩।୫: ବାତ୍ୟା ତାଉକ୍‌ତେ ପରେ ପୂର୍ବ ଉପକୂଳବର୍ତ୍ତୀ ଅଞ୍ଚଳରେ ଆଉ ଏକ ବାତ୍ୟା ‘ୟାସ୍‌’ ଆଶଙ୍କା ଦେଖାଦେଇଛି। ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଆସନ୍ତା ୨୬ରେ ଏହା ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ପହଞ୍ଚିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିଭିନ୍ନ ଅଧିକାରୀ ଏବଂ ମନ୍ତ୍ରୀଙ୍କ ସହ ଏକ ଭର୍ଚୁଆଲ ବୈଠକ କରି ଏହି ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଲୋକଙ୍କୁ ଠିକ ସମୟରେ ସମ୍ଭାବ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା ଉଚିତ୍‌। ଏହି ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ଉପସ୍ଥିତ ଥିଲେ।

ଏହି ସମୀକ୍ଷା ବୈଠକ ପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ଜାତୀୟ ବିପର୍ଯ୍ୟୟ ମୁକାବିଲା ବାହିନୀ ବା ଏନଡିଆରଏଫ ୪୬ଟି ଟିମ୍‌କୁ ବାତ୍ୟା ୟାସ୍‌ର ମୁକାବିଲା ପାଇଁ ନିୟୋଜିତ କରାଯାଇଛି। ଏହା ସହିତ ଭାରତୀୟ ତଟରକ୍ଷୀ ବାହିନୀ ଏବଂ ନୌସେନା ରିଲିଫ, ଉଦ୍ଧାର କାର୍ଯ୍ୟ ପାଇଁ ଜାହାଜ, ହେଲିକପ୍ଟର ନିୟୋଜିତ କରିଛନ୍ତି।