BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୋଦି।

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ପରେ ବାତ୍ୟା ‘ୟାସ’ କ୍ଷୟକ୍ଷତି ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିବେ। ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ବାଲେଶ୍ୱର, ଭଦ୍ରକ ଏବଂ ପୂର୍ବ ମେଦିନୀପୁରର ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ବୁଲି ଦେଖିବେ। ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିବା ପରେ ସେ ପଶ୍ଚିମବଙ୍ଗରେ ଏକ ସମୀକ୍ଷା ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ସରକାରୀ ସୂତ୍ରରୁ ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, ବୁଧବାର ଓଡ଼ିଶାର ଧାମରା ବନ୍ଦର ନିକଟରେ ୧୩୦ରୁ ୧୪୦ କିଲୋମିଟର ବେଗରେ ବାତ୍ୟା ‘ୟାସ’ ଲ୍ୟାଣ୍ଡଫଲ କରିଥିଲା। ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବାତ୍ୟା ୟାସର ତାଣ୍ଡବ ପରେ ଲକ୍ଷାଧିକ ଘର ନଷ୍ଟ ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି।