BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି।

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ବାଗତ କରିଛନ୍ତି। ଏହାଛଡ଼ା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଏସ୍‌ଆର୍‌ସି ପ୍ରଦୀପ ଜେନା, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଅଛନ୍ତି।

ବାତ୍ୟା କ୍ଷୟକ୍ଷତି ନେଇ ପ୍ରଧାନମନ୍ତ୍ରୀ ରାଜ୍ୟର ଅଧିକାରୀଙ୍କ ସହ ଘଣ୍ଟାଏ ଧରି ଆଲୋଚନା କରିବେ। ସେଠାରୁ ସେ ବାଲେଶ୍ୱର ଓ ଭଦ୍ରକ ଜିଲାର କ୍ଷୟକ୍ଷତି ଆକାଶମାର୍ଗରୁ ଅନୁଧ୍ୟାନ କରିବେ। ଏହାପରେ ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲା ବାତ୍ୟାଞ୍ଚଳ ଆକାଶମାର୍ଗରୁ ଦେଖିବା ସହ ଅନ୍ୟ ଏକ ସମୀକ୍ଷା ବୈଠକ କରିବେ।