BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଫେରୁ ଫେରୁ ଘୋଷଣା କଲେ ୧୦୦୦ କୋଟିର ସହାୟତା।

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଟ ୧ ହଜାର କୋଟି ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଥିବା ବେଳେ ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା କରାଯାଇଛି। ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଏବଂ ଗୁରୁତରଙ୍କୁ ୫୦ ହଜାର ମିଳିବ।
ୟାସ୍‌ରେ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷକରି ବାଲେଶ୍ୱର ଓ ଭଦ୍ରକ ଜିଲା ବେଶି ପ୍ରଭାବିତ ହୋଇଥିଲା। ଶୁକ୍ରବାର କ୍ଷୟକ୍ଷତି ଆକଳନ ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଥିଲେ। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସମୀକ୍ଷା ବୈଠକ କରିଥିଲେ।