BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କରୋନା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୯।୧ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିବାରେ ଲାଗିଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା କରିଛନ୍ତିି। ପ୍ରଧାନମନ୍ତ୍ରୀ ରବିବାର ଅଧିକାରୀଙ୍କ ସହ ଏକ ଉଚ୍ଚ ସ୍ତରୀୟ ବୈଠକ କରି ଦେଶର କରୋନା ମହାମାରୀ ସମ୍ପର୍କରେ ଭର୍ଚୁଆଲ୍‌ ମାଧ୍ୟମରେ ଆଲୋଚନା କରିଛନ୍ତି।

ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ, କ୍ୟାବିନେଟ୍‌ ସଚିବ ରାଜୀବ ଗାବା, ଗୃହସଚିବ ଅଜୟ ଭଲ୍ଲା, ସ୍ବାସ୍ଥ୍ୟ ସଚିବ ରାଜେଶ ଭୁଷଣ, ଆଇସିଏମ୍‌ଆର ମହାନିର୍ଦ୍ଦେଶକ ସମେତ ଅନ୍ୟ ଉଚ୍ଚ ଅଧିକାରୀ ଯୋଗ ଦେଇଥିଲେ।
ଏହାପୂର୍ବରୁ ୨୪ ଡିସେମ୍ବର ୨୦୨୧ରେ ପ୍ରଧାନମନ୍ତ୍ରୀ ଏକ ସମୀକ୍ଷା ବୈଠକ କରିଥିଲେ।