BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅନ୍ତର୍ବିଭାଗୀୟ ସମନ୍ୱୟ ଓ ପାରସ୍ପରିକ ସହଯୋଗ ଉପରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଗୁରୁତ୍ୱାରୋପ

ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ 

ପୋଲସରା/ଛତ୍ରପୁର  : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି (Assembly Constituency Development Committee – ACDC) ବୈଠକ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୋଲସରା ବିଧାନସଭା କ୍ଷେତ୍ରରେ କାର୍ଯ୍ୟକାରୀ ହେଉଥିବା ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ସମୀକ୍ଷା ସହ ଭବିଷ୍ୟତ ପରିକଳ୍ପନା ଉପରେ ବିଷଦ ଆଲୋଚନା ହୋଇଥିଲା।

ମନ୍ତ୍ରୀ ଶ୍ରୀ ମଲ୍ଲିକ ସମସ୍ତ ବିଭାଗକୁ ପୋଲସରା ବିଧାନସଭା କ୍ଷେତ୍ରର ସାମଗ୍ରିକ ଉନ୍ନତି ପାଇଁ ଡିପିଆର ତାସହ ପୋଲସରା ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ସାମୁହିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକଳ୍ପର ରୂପରେଖ ଓ ସେହି ସମ୍ପର୍କିତ ପ୍ରସ୍ତାବ ଆଗତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ତା ସହ ସେ ସଠିକ ଅନ୍ତର୍ବିଭାଗୀୟ ସମନ୍ୱୟ ଓ ପାରସ୍ପରିକ ସହଯୋଗ ଉପରେ ପ୍ରାଧାନ୍ୟ ଦେବା ପୂର୍ବକ ‘ବିକଶିତ ଓଡ଼ିଶା’ ଏବଂ ‘ବିକଶିତ ଭାରତ’ ଲକ୍ଷ୍ୟ ପୂରଣରେ ପୋଲସରାର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।

ଗଞ୍ଜାମ ଜିଲ୍ଲାପାଳ ଓ୍ବି କୀର୍ତ୍ତି ଓ୍ବାସନ୍ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଅଗଷ୍ଟ ୧୬, ୨୦୨୪ ତାରିଖରେ ଆୟୋଜିତ ପୂର୍ବବର୍ତ୍ତୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକରେ ଗୃହୀତ ନିଷ୍ପତ୍ତି ଗୁଡ଼ିକର କାର୍ଯ୍ୟାନୁଷ୍ଠାନ/ତତସଂପର୍କିତ ରିପୋର୍ଟ ସମ୍ବନ୍ଧରେ ଅବଗତ କରିବା ପାଇଁ ପରାମର୍ଶ ଦେବା ସହ ମନ୍ତ୍ରୀ ଶ୍ରୀ ମଲ୍ଲିକଙ୍କ ନିର୍ଦ୍ଦେଶର ପୁନରାବୃତ୍ତି କରି ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ ଓ ପ୍ରକଳ୍ପ ଗୁଡିକର ତ୍ୱରିତ କାର୍ଯ୍ୟାନ୍ୱୟନ ଉପରେ ଗୁରୁତ୍ୱାରୋପ କରିଥିଲେ।

ବୈଠକରେ ବିଭାଗ ଭିତ୍ତିକ ଉନ୍ନୟନ ଓ କଲ୍ୟାଣମୂଳକ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ଆଲୋଚନା ହୋଇଥିଲା।

ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଗଞ୍ଜାମ ଶ୍ରୀ ବିଜୟ କୁମାର ବେହେରା ସ୍ୱାଗତ ଭାଷଣରେ ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକର ଆଭିମୁଖ୍ୟ ଓ ଆଲୋଚ୍ୟ ବିଷୟବସ୍ତୁ ସମ୍ପର୍କରେ ବୈଠକକୁ ଅବଗତ କରିଥିଲେ।

ପୋଲସରା ବ୍ଲକ୍ ଅଧ୍ୟକ୍ଷା କଳ୍ପନା ପ୍ରଧାନ ଓ ଛତ୍ରପୁର ଉପ ଜିଲ୍ଲାପାଳ ଶିବାଶିଷ ବରାଳ ବୈଠକରେ ଯୋଗଦେଇଥିଲେ। ଯୁଗ୍ମ ନିର୍ଦ୍ଦେଶକ ଅଶୋକ କୁମାର ଦାସ, ସହକାରୀ ନିର୍ଦ୍ଦେଶକଜଗନ୍ନାଥ ବିଶ୍ୱାଳ, ବରିଷ୍ଠ ଅର୍ଥନୈତିକ ଅଧିକାରୀ ଇନ୍ଦ୍ରଜିତ୍ ମଲ୍ଲିକ ଓ ଅନ୍ୟ ଅଧିକାରୀମାନେ ବୈଠକର ସଂଯୋଜନା କରିଥିଲେ ।

ଏହି ବୈଠକରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା, ପୂର୍ତ୍ତ, ଗ୍ରାମୀଣ ଉନ୍ନୟନ, ଜଳସମ୍ପଦ, ପାନୀୟଜଳ, ଶକ୍ତି, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜାତି ଓ ଜନଜାତି, ଶ୍ରମ ବିଭାଗ ଓ କର୍ମଚାରୀ ରାଜ୍ୟ ବୀମା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ନଗର ଉନ୍ନୟନ ଆଦି ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ନିଜ ନିଜ ବିଭାଗର କାର୍ଯ୍ୟଯୋଜନା ଓ ଭବିଷ୍ୟତ ପରିକଳ୍ପନା ଉପସ୍ଥାପନ କରିଥିଲେ।