BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏସଆଇ ନିଯୁକ୍ତି ନେଇ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

କଟକ : ଓଡ଼ିଶା ପୋଲିସ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ନେଇ ୨୦୨୧ ଜୁନ୍‌ ୨୨ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅଦାଲତଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇପାରିବ ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଶୁକ୍ରବାର ମାମଲାର ଶୁଣାଣି କରି ନିଯୁକ୍ତି କ୍ଷେତ୍ରରେ ସର୍ବାଧିକ ବୟସ ସୀମା ବୃଦ୍ଧି ସମ୍ପର୍କିତ ୨୦୨୨ ଜାନୁୟାରୀ ୧୫ତାରିଖର ବିଜ୍ଞପ୍ତିକୁ କାହିଁକି ରଦ୍ଦ କରା ନ ଯିବ, ସେନେଇ ଜବାବ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୯ ତାରିଖକୁ ଧାର୍ଯ୍ୟ କରାଯାଇଛି। ମାମଲାର ବିବରଣୀ ଅନୁଯାୟୀ, କୋଭିଡ୍‌ ଯୋଗୁ ୨୦୨୧, ୨୦୨୨, ୨୦୨୩ରେ ହୋଇପାରି ନ ଥିବା ନିଯୁକ୍ତି ପରୀକ୍ଷା ନିମନ୍ତେ ସରକାର ସର୍ବାଧିକ ବୟସ ସୀମା ୩୨କୁ ବଢ଼ାଇଥିଲେ। ପୁଣି ୧୫।୧।୨୦୨୨ରେ ଆଉ ଏକ ବିଜ୍ଞପ୍ତି ପ୍ରକାଶ କରି କହିଲେ ଯେଉଁ ଆବେଦନକାରଙ୍କ ନିମନ୍ତେ ନିଯୁକ୍ତି ବିଜ୍ଞପ୍ତି ବାହାରିଥିବ ଓ ଆବେଦନର ଶେଷ ତାରିଖ ଥିବ ସେହିମାନଙ୍କ କ୍ଷେତ୍ରରେ ବର୍ଦ୍ଧିତ ସର୍ବାଧିକ ବୟସ ସୀମା ଲାଗୁ ହେବ। ହେଲେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୋଲିସ ଏସ୍‌ଆଇ ନିଯୁକ୍ତି ନିମନ୍ତେ ୨୦୨୧ ଜୁନ୍‌ ୨୨ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଆବେଦନର ପରୀକ୍ଷା ଏଯାଏ ହୋଇ ନ ଥିବାରୁ ଏହି ବର୍ଦ୍ଧିତ ସର୍ବାଧିକ ବୟସ ସୀମା ନିୟମ ଆବେଦନକାରୀଙ୍କ ପାଇଁ କାହିଁକି ଲାଗୁ କରାନଯିବ ବୋଲି ଆବେଦନରେ ଦର୍ଶାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିପ୍ଲବ ବାହାଲି ମାମଲା ପରିଚାଳନା କରୁଛନ୍ତି।