BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

କଂଗ୍ରେସରେ ମିଶିଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଂଗ୍ରେସରେ ମିଶିଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଶୁକ୍ରବାର ଦିଲ୍ଲୀସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କିଛି ଦିନ ପୂର୍ବରୁ କଂଗ୍ରେସରେ ସାମଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା।

୧୯୭୬ କ୍ୟାଡରର ଆଇଏଏସ ଅଧିକାରୀ ହେଉଛନ୍ତି ବିଜୟ ପଟ୍ଟନାୟକ । ସେ ୨୦୧୦ରୁ ୨୦୧୩ ମୁଖ୍ୟ ଶାସନ ସଚିବ ଥିଲେ। ଏଥିସହ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନର ଅଧ୍ୟକ୍ଷ ମଧ୍ୟ ଥିଲେ ବିଜୟ। ଏହାପରେ ୨୦୧୪ରେ ମାନବାଧିକାର କମିଶନ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ।