BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ

ସୁରଟ,୨୩।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚୋର କହିବା ଅଭିଯୋଗରେ ସୁରଟ କୋର୍ଟ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲା ୨୦୧୯ର ଅଟେ। ସାଧାରଣ ନିର୍ବାଚନ ପୂର୍ବରୁ କର୍ନାଟକର କୋଲାର ଠାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପନାମ ଉପରେ ମନ୍ତବ୍ୟ ଦେଇଥିଲେ। ଯାହା ପରେ ତାଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରାଯାଇଥିଲା।
ରାହୁଲଙ୍କୁ ୩୦ ଦିନର ଜାମିନ ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ସୁପ୍ରିମ୍‌କୋର୍ଟରେ ଏହି ମାମଲାର ବିଚାର ପାଇଁ ଆବେଦନ କରିବାକୁ ତାଙ୍କୁ ଅନୁମତି ପ୍ରଦାନ କରାଯାଇଛି।
ବିଶେଷଜ୍ଞଙ୍କ ଅନୁଯାୟୀ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ପ୍ରତି ଏକ ବିପଦ ସୃଷ୍ଟି ହୋଇଛି। ଏଥି ସହିତ ୨ ବର୍ଷର ଜେଲ ଦଣ୍ଡାଦେଣ ମଧ୍ୟ ଘୋଷଣା କରାଯାଇଛି। ତେବେ ରାହୁଲ ଗାନ୍ଧୀ କୋର୍ଟରେ କହିଛନ୍ତି ଯେ ମୋର ବିବୃତ୍ତିରେ କାହାରି କିଛି କ୍ଷତି ହୋଇ ନାହିଁ। ଦଣ୍ଡ ହ୍ରାସ କରିବାକୁ ସେ କୋର୍ଟରେ ଆବେଦନ କରିଛନ୍ତି। ଆଇପିସିର ଧାରା ୪୯୯, ୫୦୦ ଅନୁଯାୟୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ଅପରାଧ ପଞ୍ଜିକୃତ ହୋଇଛି। ଏହି ମାମଲାରେ ସେ ତୃତୀୟ ଥର ପାଇଁ କୋର୍ଟରେ ହାଜର ହୋଇଛନ୍ତି। ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ଏଚ ଏଚ ବର୍ମାଙ୍କ କୋର୍ଟ ଗତ ସପ୍ତାହରେ ଉଭୟ ପକ୍ଷର ଯୁକ୍ତି ଶୁଣାଣି କରି ମାର୍ଚ୍ଚ ୨୩ କୁ ରାୟ ଘୋଷଣା ତାରିଖ ଭାବରେ ସ୍ଥିର କରିଥିଲେ