BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଲୋକପ୍ରିୟ ଓଡ଼ିଆ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଉ ନାହାନ୍ତି ଲୋକପ୍ରିୟ ଓଡ଼ିଆ କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ମାତ୍ର ୩୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି।

କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିବା ହ୍ୟୁମାନ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥି ରୋଗରେ ପୀଡ଼ିତ ଥିଲେ। ଅତ୍ୟାଧୁନିକ ତଥା ଅଧିକ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା। ଡାକ୍ତରଙ୍କ ସତଚେଷ୍ଟା ପରେ ଚିକିତ୍ସାଧୀନ ଅବସ୍ଥାରେ ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଯାଇଥିଲା ଏବଂ ସେ ଚିରନିଦ୍ରାରେ ଶୋଇଯାଇଥିଲେ। ତାଙ୍କୁ ୭୨ ଘଣ୍ଟା ଅବଜରଭେସନରେ ରଖାଯାଇଥିଲା।

ହ୍ୟୁମାନ ସାଗରଙ୍କ ବିୟୋଗ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି।

କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ପରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। ୩୪ ବର୍ଷ ବୟସରେ ହ୍ୟୁମାନଙ୍କ ପରଲୋକକୁ ବିଶ୍ବାସ କରିପାରୁ ନାହାନ୍ତି ଦର୍ଶକ ଏବଂ ପ୍ରଶଂସକ। ଏମିତି ବୟସରେ କିଏ କଣ ଯାଏ ଏବଂ କାହାର ମୃତ୍ୟୁ ହୁଏ ବୋଲି ତାଙ୍କ ସହ କାମ କରୁଥିବା ଏବଂ ଜଡିତ ଥିବା ଲୋକ କହିଛନ୍ତି ।

ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ବହୁ ରୋମାଣ୍ଟିକ୍‌ ଗୀତ ଭେଟି ଦେଇଥିବା ହ୍ୟୁମାନ୍‌ ସାଗର ଘରେ ଘରେ ପରିଚିତ। ଗତ କିଛି ସପ୍ତାହ ହେଲା ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଏବଂ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ଅଧିକ ଚିକିତ୍ସା ପାଇଁ ତାଙ୍କୁ ରାଜ୍ୟ ବାହାରକୁ ନେବାକୁ ଯୋଜନା ଥିଲା ଏବଂ ଏଥିପାଇଁ ତାଙ୍କ ମାଆ ଓ ସ୍ତ୍ରୀ ରାଜ୍ୟ ସରକାରଙ୍କୁ ସହାୟତା କରିବା ପାଇଁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଡାକ୍ତରଙ୍କ ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଆଲୋଚନା କରିଥିଲେ। ହ୍ୟୁମାନ୍ ସାଗରଙ୍କ ସ୍ୱାସ୍ଥ୍ୟ ପାଇଁ ଲକ୍ଷ ଲକ୍ଷ ପ୍ରଶଂସକ ପ୍ରାର୍ଥନା କରିଥିଲେ।