BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମେଡିଏସନ ଆଇନ ୨୦୨୩ ସମ୍ପର୍କିତ ଜାତୀୟ କର୍ମଶାଳା ନେଇ ପ୍ରସ୍ତୁତି ବୈଠକ, ସେପ୍ଟେମ୍ବର ୨୮ରେ ହେବ କର୍ମଶାଳା

ଭୁବନେଶ୍ୱର : ମଧ୍ଯସ୍ଥତା ମାଧ୍ୟମରେ ମକଦମା ଗୁଡିକର ସମାଧାନ ପାଇଁ ଉଦିଷ୍ଟ ଥିବା ଆଇନ ଗତ ଦିଗ ଉପରେ ଆଲୋଚନା ନିମନ୍ତେ ଏକ ଜାତୀୟ ସ୍ତରୀୟ କର୍ମଶାଳା ଆୟୋଜନ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି I ଏହି କ୍ରମରେ ଆସନ୍ତା ସେପ୍ଟେମ୍ବର ୨୮ ରେ ଭୁବନେଶ୍ୱରରେ କର୍ମଶାଳା ଅନୁଷ୍ଠିତ ହେବ। ଏହି କର୍ମଶାଳା ଆୟୋଜନ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I

ଲୋକସେବା ଭବନ ସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ କର୍ମଶାଳାର ସ୍ଥାନ, ସମ୍ଭାବ୍ୟ ତାରିଖ, ଆସିବାକୁ ଥିବା ଅତିଥି ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା I ପ୍ରଥମ କରି ରାଜ୍ୟରେ ଅନୁଷ୍ଠିତ ହେବାକୁଥିବା ଏହି ବୈଠକରେ ବହୁ ବିଶିଷ୍ଠ ଅତିଥି ଓ ଆଇନ କ୍ଷେତ୍ର ସହିତ ଜଡିତ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି I

ଆଜି ଅନୁଷ୍ଠିତ ପ୍ରାଥମିକ ପର୍ଯ୍ୟାୟ ବୈଠକରେ ଏହି କର୍ମଶାଳାର ସଫଳ ଆୟୋଜନ ନେଇ କଣ ସବୁ ପଦକ୍ଷେପ ନିଆଯାଇପାରିବ ସେଥିନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଆଡ଼ଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ, ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏବଂ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ମାନସ ରଞ୍ଜନ ବାରିକଙ୍କ ସହିତ ଆଲୋଚନା କରିଥିଲେ I

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୀବ ମିଶ୍ର, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ସଚିବ ଡ଼ ବିଜୟ କେତନ ଉପାଧ୍ୟାୟ, ପର୍ଯ୍ୟଟନ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ବଲବନ୍ତ ସିଂ, ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଆର. କେ. ଶର୍ମା ଏବଂ ଆଇନ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ପ୍ରଣବ କୁମାର ପାତ୍ର, ଅତିରିକ୍ତ ଶାସନ ସଚିବ ଶ୍ରୀ ଶିବ ପ୍ରସାଦ ମହାପାତ୍ର ଏବଂ ଅରୁଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ I