BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରା୍ଷ୍ଟ୍ରପତି

ବାରିପଦା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବାର ୧୧ମାସ ପରେ ସେ ପ୍ରଥମ ଥର ପାଇଁ ଜନ୍ମମାଟିକୁ ଆସୁଥିବାରୁ ଜିଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତିରେ ଲାଗିପଡ଼ିଛି। ରାଇରଙ୍ଗପୁରସ୍ଥିତ ବାସଭବନ, ଶାଶୁଘର ଗଁ। ପାହାଡ଼ପୁର, ଶିମିଳିପାଳ ଅଭୟାରଣ୍ୟ ଓ ବାରିପଦାସ୍ଥିତ ଶ୍ରୀରାମଚନ୍ଦ୍ର ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେବେ ୯ ତାରିଖରେ ଶ୍ରୀରାମଚନ୍ଦ୍ର ବିଶ୍ୱ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ବୋଲି ପୂର୍ବରୁ ସ୍ଥିର ହୋଇଥିବା ବେଳେ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି।