BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଭୋର୍‌ ସମୟରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛନ୍ତି। ଏହି ଖବର ଶୁଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ୧୦୦ ବର୍ଷର ସଂଘର୍ଷମୟ ଜୀବନ ଭାରତୀୟ ଆଦର୍ଶର ପ୍ରତୀକ। ମୋଦି ତାଙ୍କ ଜୀବନରେ ମା’ଙ୍କ ଆଦର୍ଶରେ ଚାଲୁଥିଲେ। ମୁଁ ହୀରାବେନଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଉଛି।’

ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ସିଂହ ମାନ ଓ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ ବହୁ ବିଶଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।