BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଜଗନ୍ନାଥଙ୍କ ଦର୍ଶନ ପାଇଁ ଲାଗିଲା କଟକଣା।

ପୁରୀ ,୬।୪: ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ଏ ନେଇ ପୁରୀ ଶ୍ରୀମନ୍ଦିରରେ କଟକଣା କଡ଼ାକଡ଼ି କରାଯାଇଛି। ୧୨ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି ହୋଇଛି। ଦର୍ଶନ ପୂର୍ବରୁ ୧୨ ରାଜ୍ୟର ପର୍ଯ୍ୟଟକଙ୍କ ଆରଟି-ପିସିଆର୍‌ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ୭୨ ଘଣ୍ଟା ପୂର୍ବର ଆର୍‌ଟି-ପିସିଆର୍‌ ନେଗେଟିଭ ରିପୋର୍ଟ ଦେଖାଇଲେ ପର୍ଯ୍ୟଟକ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ।
ପଞ୍ଜାବ, ଛତିଶଗଡ଼, କେରଳ, ଗୁଜରାଟ, ମହାରାଷ୍ଟ୍ର ପ୍ରମୁଖ ରାଜ୍ୟର ପର୍ଯ୍ୟଟକ କରୋନା ନେଗେଟିଭ୍‌ ରିପୋର୍ଟ ନ ଆଣିଲେ ୭ ଦିନିଆ ହୋମ ଆଇସୋଲେଶନରେ ରହିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଏନେଇ ପୁରୀ ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ଯେଉଁମାନଙ୍କର ଲକ୍ଷଣ ଥିବ ଜିଲା ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କ ଟେଷ୍ଟ କରାଯିବ। ୧୨ ରାଜ୍ୟରୁ ବିନା ଟେଷ୍ଟରେ ଆସିଥିବା ଲୋକଙ୍କର ଷ୍ଟେଶନରେ ସାମ୍ପଲ ସଂଗ୍ରହ କରାଯାଇ ଟେଷ୍ଟ କରାଯିବ।