BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିନା ଭକ୍ତରେ ଆରମ୍ଭ ହେଲା ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା।

ପୁରୀ,୧୫/୫ : ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଶନିବାର ଅପରାହ୍ନରେ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ନରେନ୍ଦ୍ର ପୁଷ୍କରିଣୀରେ ଆରମ୍ଭ ହୋଇଛି। ଏହି ଚନ୍ଦନ ଯାତ୍ରା ୨୧ ଦିନ ବ୍ୟାପୀ ଚାଲିବ। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ମଣି ବିମାନରେ ଆସି ନରେନ୍ଦ୍ର ପୁଷ୍କରିଣୀର ଚନ୍ଦନ ଗୃହରେ ବିଜେ କରିଥିଲେ। ମଦନମୋହନଙ୍କ ସହ ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ପଚଂ ମହାଦେବ ଚନ୍ଦନ ଚକଡ଼ାରେ ବିଜେ କରିଥିଲେ। ପରେ ପରେ ଦିନ ଚାପ ଅନୁଷ୍ଠିତ ହୋଇଥିଲା। ମହାପ୍ରଭୁ ନନ୍ଦା ଓ ଭଦ୍ରା ନୌକାରେ ଦିନ ଚାପ ଖେଳିଛନ୍ତି।
ପରେ ଅନ୍ୟାନ୍ୟ ନୀତିକାନ୍ତି ସହ ରାତି ଚାପ ଅନୁଷ୍ଠିତ ହେବ। ରାତି ୧୦ ଟା ପୂର୍ବରୁ ମଦନମୋହନ ମଣି ବିମାନ ଯୋଗେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ପ୍ରଶାସନର କୋଭିଡ଼୍‍ କଟକଣା ପାଇଁ ମାତ୍ର ୫୦ ରୁ ୬୫ ଜଣ ସେବାୟତ ଏହି ନୀତିକାନ୍ତିରେ ନିୟୋଜିତ ହୋଇଛନ୍ତି। ଏଥର ବିନା ଭକ୍ତରେ ନରେନ୍ଦ୍ର ପୁଷ୍କରିଣୀରେ ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଛି। ଭକ୍ତ ସମାଗମ ଉପରେ କଟକଣା ଲଗାଇବା ପାଇଁ ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଠାରୁ ଚନ୍ଦନ ପୋଖରୀ ପର୍ଯ୍ୟନ୍ତ ରାସ୍ତାରେ ବ୍ୟାରିକେଡ଼ ଲଗାଯିବା ସହ ବ୍ୟାରିକେଟ ଅଂଚଳରେ ୧୪୪ ଧାରା ଜାରି କରାଯାଇଛି। ଏହା ବ୍ୟତୀତ ନରେନ୍ଦ୍ର ପୁଷ୍କରିଣୀ ଚର୍ତୁପାର୍ଶ୍ବରେ ମଧ୍ୟ ୧୪୪ ଧାରା ଜାରିହୋଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ୧୦ ପ୍ଲାଟୁନ୍‍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତିି।