BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

୨ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ଭେଟହେବ

ପୁରୀ,୫ା୫: ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ବସିଥିଲା। ବୈଠକ ପରେ ପୁରୀ ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ୨ ବର୍ଷ ପରେ ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରାରେ ଭକ୍ତମାନେ ସାମିଲ ହେବେ। କରୋନା ମହାମାରୀ ଯୋଗୁ ଭକ୍ତମାନେ ମହାପ୍ରଭୁଙ୍କ ରଥଯାତ୍ରାରେ ସାମିଲ ହୋଇ ପାରୁ ନ ଥିଲେ। ତେବେ ଚଳିତବର୍ଷ ଭକ୍ତଙ୍କୁ ନେଇ ଅନୁଷ୍ଠିତ ହେବ ଘୋଷଯାତ୍ରା। ଏନେଇ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ କହିଛନ୍ତି। କରୋନା ପରିସ୍ଥିତି ଗମ୍ଭୀର ହେଲେ ବ୍ୟବସ୍ଥାରେ ପରିବର୍ତ୍ତନ କରାଯିବ। ସେଥିପାଇଁ ସମସ୍ତ ବିଭାଗ ନିଜ ଆକ୍ସନ ପ୍ଲାନ ପ୍ରଦାନ କରିଛନ୍ତି। ଆବଶ୍ୟକ ପଡ଼ିଲେ ୪/୫ ଦିନ ପରେ ପୁଣି ବୈଠକ ବସିପାରେ। କରୋନା ମହାମାରୀ ପାଇଁ ୨ ବର୍ଷ ହେଲା ଭକ୍ତମାନେ ରଥଯାତ୍ରାରେ ସାମିଲ ହୋଇପାରୁ ନ ଥିଲେ। କେବଳ ସେବାୟତମାନେ ରଥ ଟାଣୁଥିଲେ। ଚଳିତବର୍ଷ ଭକ୍ତଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆକଳନ କରାଯାଇଛି। ସେଥିପାଇଁ ଭକ୍ତମାନେ କିପରି ସୁରୁଖୁରୁରେ ରଥଯାତ୍ରାରେ ସାମିଲ ହେବେ ସେନେଇ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯିବ।