BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୁଣି ଶ୍ରୀମନ୍ଦିରରୁ ଖସିଲା ପଥର

ପୁରୀ : ଶ୍ରୀମନ୍ଦିର ଜଗମୋହନ ବାହାର ପାର୍ଶ୍ୱ ମାଜଣା ମଣ୍ଡପ ପାଖ ଚର୍ଚ୍ଚା ଘରୁ ପଥର ଖସିଥିବା ଜଣାପଡ଼ିଛି। ଶୁକ୍ରବାର ସନ୍ଧ୍ୟାରେ ଜେଟିପି ଚର୍ଚ୍ଚାଘର ବାହାର ପାର୍ଶ୍ୱରୁ ଗୋଟିଏ ଛୋଟ ପଥର ଖସିଥିଲା। ଏ ନେଇ ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଥିଲା। ତେବେ ପଥରଟିର ଓଜନ କେତେ ହେବ ଏଏସଆଇ ପକ୍ଷରୁ ଏନେଇ ସୂଚନା ଦିଆଯାଇ ନାହିଁ। ପଥରଟିର ଓଜନ ୨ରୁ ୩ କିଲୋ ହେବ ବୋଲି ଅନୁମାନ କରାଯାଉଛି। ଏଏସଆଇ ଅଧିକାରୀଙ୍କ କହିବା ଅନୁସାରେ, ଯେଉଁ ସ୍ଥାନରେ ପଥର ଖସିଥିଲା, ସେହି ସ୍ଥାନରେ ମାଙ୍କଡ଼ ଡିଆଁଡିଇଁ କରିଥାନ୍ତି। ସେହି କାରଣରୁ ପଥର ଖସି ଥାଇପାରେ ବୋଲି ସନ୍ଦେହ କରାଯାଉଛି। ହେଲେ ପ୍ରକୃତ କାରଣ ଜଣାପଡ଼ି ନାହିଁ।