BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆଜି ପବିତ୍ର ମକର ସଂକ୍ରାନ୍ତି

ପୁରୀ : ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଆରମ୍ଭ ହୋଇଛି । ବଡଠାକୁରଙ୍କୁ ମକର ଚାଉଳ ଭୋଗ ଲାଗି କରାଯାଇଛି । ମହାପ୍ରଭୁଙ୍କ ମକର ଚୌରାଶି ବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ସକାଳୁ ସକାଳୁ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ଏଥି ନେଇ  ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ସକାଳୁ ସକାଳୁ ଶ୍ରୀଜିଉଙ୍କୁ ପହିଲି ଭୋଗ ପରେ ନୀତିକାନ୍ତି ଆଗକୁ ବଢିଛି ।

ଆଜି ମାଳଚୂଳ ଆଉ ଅଳଙ୍କାର ପିନ୍ଧି ମକର ଚୌରାସୀ ବେଶରେ ସଜେଇ ହେବେ ଶ୍ରୀଜିଉ । ମହାପ୍ରଭୁଙ୍କର ଏହି ଦୁର୍ଲଭ ବେଶ ପାଇଁ ଜଗନ୍ନାଥ ବଲ୍ଲଭ ମଠ ପକ୍ଷରୁ ସୁସଜ୍ଜିତ ମାଳ ଚୂଳ ପ୍ରସ୍ତୁତ କରିଯାଇଛି ।ବଡ ଓଡିଆ ମଠ ପକ୍ଷରୁ ସୁବାସିତ ପୁଷ୍ପ ଓ ତୁଳସୀ ମାଳ ପ୍ରସ୍ତୁତ ହୋଇଛି ।  ଅପରାହ୍ନରେ ଶ୍ରୀମନ୍ଦିରରେ ମକରବେଢା ନୀତି ସହ ଅନ୍ୟାନ୍ୟ ନୀତି ପାଳନ କରିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।
ଅଧିବାସରେ ରଖାଯାଇଥିବା ଭୋଗକୁ ଭୋଗମଣ୍ଡପରୁ ନେଇ ଘଣ୍ଟାଘଣ୍ଟା, ମୃଦଙ୍ଗ ବାଜାର ତାଳେ ତାଳେ ମନ୍ଦିର ବେଢା ପରିକ୍ରମା କରାଯିବ । ଏହାପରେ ରୋଷଶାଳରୁ ମହାଭୋଇ ମାନେ ଦହି ଆଣିବେ । ଗୁଡିଆମାନେ ଫେଣା, ଶାକର ଆଣି ମକର ଭୋଗ ପ୍ରସ୍ତୁତ କରିବେ । ତାସହିତ ମହାବାହୁଙ୍କ ଶ୍ରୀଚରଣରେ ବିଶ୍ୱର ସର୍ବବୃହତ ନଳୀ ପାନ ଅର୍ପଣ କରାଯିବାର ବିଧି ରହିଛି ।

ଅନ୍ୟପକ୍ଷେ ରାଜ୍ୟର ବିଭିନ୍ନ ସ୍ଥାନରେ ମକର ପର୍ବ ଧୁମଧାମରେ ପାଳିତ ହେଉଛି । ବିଶେଷ କରି ମୟୂରଭଞ୍ଜ ଜିଲ୍ଲାରେ  ମକରକୁ ଗଣପର୍ବ ଭାବେ ପାଳନ କରିଥାନ୍ତି ଲୋକେ । ଏହି ଜିଲ୍ଲାରେ ଆଜି ଘରେ ଘରେ ପିଠାପଣା କରାଯାଇ ଭୋଗ କରାଯାଇଥାଏ । ଅନ୍ୟପକ୍ଷେ ମକର ସଂକ୍ରାନ୍ତି ଅବସରରେ ଖୋର୍ଦ୍ଧା ଜିଲ୍ଲା ଅଟ୍ରିରେ ପାଳିତ ହେଉଛି ହଟ୍ଟକେଶରଙ୍କ ପ୍ରସିଦ୍ଧ ମକର ଯାତ୍ରା । ନିଃସନ୍ତାନ ମହିଳାମାନେ ମାନସିକ ରଖି ଏଠାରେ ଥିବା ମାନସିକ କୁଣ୍ଡରୁ ଗୁଆ ଖୋଜି ଖାଇଲେ ସେମାନଙ୍କର ସନ୍ତାନ ପ୍ରାପ୍ତି ହୋଇଥାଏ ବୋଲି ସ୍ଥାନୀୟ ଲୋକଙ୍କର ବିଶ୍ୱାସ ରହିଛି ।