BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆଜି ପବିତ୍ର ମାଘ ପୁର୍ଣିମା

ଭୁବନେଶ୍ବର: ଆଜି ପବିତ୍ର ମାଘ ମାସ ପୂର୍ଣ୍ଣିମା ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜ ଉଦ୍ଧାରଣ ବେଶ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ। ଏହି ଅବସରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ସମ୍ପନ୍ନ ହେବ। ରତ୍ନସିଂହାସନରେ ଗଜଉଦ୍ଧାରଣ ବେଶରେ ବିଭୂଷିତ ହେବେ ମହାପ୍ରଭୁ। ଗରୁଡ ଉପରେ ବସି ଭକ୍ତଙ୍କୁ ଦର୍ଶନ ଦେବେ ବଡ ଠାକୁର। ମହାପ୍ରଭୁ ଶ୍ରୀଜଗନ୍ନାଥ,ବଳଭଦ୍ର ଚତୁଃ ହସ୍ତ ରୂପରେ ଦର୍ଶନ ଦେବେ। ଏହାସହ ସ୍ୱତନ୍ତ୍ର ଖିରୀ ସହ ବିଭିନ୍ନ ପ୍ରକାର ଭୋଗ ମହାପ୍ରଭୁଙ୍କ ନିକଟରେ ଲାଗି କରାଯିବ। ଶେଷରେ ବେଶ ଓଲାଗି ହୋଇ ଅନ୍ୟାନ୍ୟ ନୀତି କରାଯିବ। ୧୯୭୯ ମସିହାଠାରୁ ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟେକବର୍ଷ ପ୍ରଭୁଙ୍କୁ ଗଜ ଉଦ୍ଧାରଣ ବେଶ କରିଆସୁଛି। ଗଜ ଉଦ୍ଧାରଣ ବେଶରେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଗଜେନ୍ଦ୍ର ସ୍ତୁତି ପାଠକଲେ ମନସ୍କାମନା ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ରହିଛି।