BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସାତକୋଶିଆରେ ରାଫ୍ଟିଙ୍ଗ୍, ହିରାକୁଦରେ ହଟ୍ ଏୟାର ବେଲୁନ୍ ପର୍ଯ୍ୟଟନର ବିକାଶ କରାଯିବ

  • ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ ଚୁଡାନ୍ତ
  • ଘରୋଇ କ୍ଷେତ୍ରର ଅଂଶଗ୍ରହଣକୁ ପ୍ରୋତ୍ସାହନ ଦିଆଯିବ
  • ଯୁବବର୍ଗଙ୍କୁ ଦିଆଯିବ ତାଲିମ, ପ୍ରମାଣପତ୍ର, ନିଯୁକ୍ତିର ବ୍ୟାପକ ସୁଯୋଗ ସୃଷ୍ଟି ହେବ

ଭୁବନେଶ୍ୱର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ-୨୦୨୫ (Odisha Adventure Tourism Guidelines-2025)କୁ ଚୁଡାନ୍ତ କରାଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନ୍ୟାନ୍ୟ କ୍ଷେତ୍ର ସହିତ ପର୍ଯ୍ୟଟନ କ୍ଷେତ୍ରରେ ମଧ୍ୟ ‘ଥିଙ୍କ୍ ଇଣ୍ଡିଆ, ଥିଙ୍କ୍ ଓଡିଶା’ ଦୃଷ୍ଟିଭଙ୍ଗୀ ନେଇ ଓଡିଶାରେ ପର୍ଯ୍ୟଟନ ପ୍ରକଳ୍ପ ଗୁଡିକର ବିକାଶ କରାଯିବ । ଦୁଃସାହସିକ ପର୍ଯ୍ୟଟନ କ୍ଷେତ୍ରକୁ ଏପରି ଆକର୍ଷଣୀୟ କରାଯିବ, ଯେପରି ଲୋକ ଭାରତକୁ ଆସିବା କଥା ଚିନ୍ତା କଲେ, ପ୍ରଥମେ ଓଡିଶା କଥା ତାଙ୍କ ମନକୁ ଆସିବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ବିକଶିତ ଭାରତ-୨୦୪୭ର ପରିକଳ୍ପନା ସହିତ ତାଳଦେଇ ଓଡିଶାର ବିଭିନ୍ନ କ୍ଷେତ୍ରର ବିକାଶ ପାଇଁ ଯୋଜନା କରାଯାଉଛି ଏବଂ ପର୍ଯ୍ୟଟନ ମଧ୍ୟ ଆମ ସରକାରଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଓଡିଶାର ବିକାଶ ପାଇଁ ଯେଉଁ ବ୍ୟାପକ ଦୃଷ୍ଟିଭଙ୍ଗୀ ରଖାଯାଇଛି, ଏହି ନିର୍ଦ୍ଦେଶାବଳୀ ତାହାର ଏକ ଅଂଶବିଶେଷ । ଓଡିଶାରେ ଥିବା ବିଭିନ୍ନ ପ୍ରାକୃତିକ ସୌନ୍ଦର୍ଯ୍ୟମୟ ଓ ରୋମାଞ୍ଚକ ସ୍ଥାନ ଗୁଡିକୁ ଦୁଃସାହସିକ ପର୍ଯ୍ୟଟନର ପ୍ରମୁଖ ଗନ୍ତବ୍ୟସ୍ଥଳୀ ଭାବରେ ବିକଶିତ କରିବା ଏହାର ଲକ୍ଷ୍ୟ। ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଏହି ଦୁଃସାହସିକ ପର୍ଯ୍ୟଟନର ସମ୍ଭାବନା ଥିବା ସ୍ଥାନ ଗୁଡିକର ମ୍ୟାପିଙ୍ଗ୍ କରାଯାଇ ଏଗୁଡିକର ବିକାଶ କରାଯିବ। ସାତକୋଶିଆରେ ରାଫ୍ଟିଙ୍ଗ୍ ଓ ହିରାକୁଦ ଉପରେ ହଟ୍ ଏୟାର ବେଲୁନ୍ ପର୍ଯ୍ୟଟନର ବିକାଶ ସହିତ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଏହିପରି ପର୍ଯ୍ୟଟନ ସୁବିଧାର ବ୍ୟବସ୍ଥା କରାଯିବାର ଲକ୍ଷ୍ୟ ରଖାଯାଇଛି।

ଏହି ପର୍ଯ୍ୟଟନ ଲୋକପ୍ରିୟ ହେବା ସହିତ ଏହା ରାଜ୍ୟର ଯୁବଶକ୍ତି ପାଇଁ ମଧ୍ୟ ବ୍ୟାପକ ସୁଯୋଗ ସୃଷ୍ଟି କରିବ। ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ, ଜଳ,ସ୍ଥଳ ଓ ଆକାଶ- ବିଭିନ୍ନ ଦୁଃସାହସିକ ପର୍ଯ୍ୟଟନ ପାଇଁ ଯୁବବର୍ଗଙ୍କୁ ତାଲିମ ଓ ପ୍ରମାଣପତ୍ର ଦିଆଯିବ। ଏହା ଦ୍ୱାରା ସେମାନଙ୍କ ପାଇଁ ବ୍ୟାପକ ନିଯୁକ୍ତିର ସମ୍ଭାବନା ସୃଷ୍ଟି ହୋଇପାରିବ । ଏଥିପାଇଁ ଘରୋଇ କ୍ଷେତ୍ରର ଅଂଶଗହଣକୁ ମଧ୍ୟ ପ୍ରୋତ୍ସାହନ ଦିଆଯିବ । ‘Go Adventure’ ପୋର୍ଟାଲ ଜରିଆରେ ଘରୋଇ କ୍ଷେତ୍ରର ଅଂଶଗ୍ରହଣକୁ ଅନୁମୋଦନ ଦିଆଯିବ ।
ପର୍ଯ୍ୟଟନ କ୍ଷେତ୍ରରେ ନିବେଶ ପାଇଁ ଘରୋଇ ସଂସ୍ଥା ଗୁଡିକୁ ଓଡିଶା ପର୍ଯ୍ୟଟନ ନୀତି-୨୦୨୨ ଅଧିନରେ ଆକର୍ଷଣୀୟ ପ୍ରୋତ୍ସାହନ ପ୍ରଦାନ କରିବା ପାଇଁ ମଧ୍ୟ ବ୍ୟବସ୍ଥା ରଖା ଯାଇଛି । ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ପର୍ଯ୍ୟଟନ କ୍ଷେତ୍ରରେ ଓଡିଶାକୁ ଏକ ଆକର୍ଷଣୀୟ କେନ୍ଦ୍ର ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିବ ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଏବଂ ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂହ ଉପସ୍ଥିତ ଥିଲେ ।