BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ରାଜ୍ୟରେ ୫ ଓ ୬ ରେ ବର୍ଷା ସମ୍ଭାବନା।

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଆସନ୍ତା ୫ ଓ ୬ ଦୁଇଦିନ ଧରି ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଟ୍ରପ୍‌ ଲାଇନ, ବଙ୍ଗୋପସାଗର ଏବଂ ଆରବସାଗର ପଟୁ ପ୍ରବାହିତ ବାୟୁ ରାଜ୍ୟରେ ବର୍ଷା କରାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିଯୋଗୁ ଢେଙ୍କାନାଳ, ଅନୁଗୋଳ, ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧ ତାରିଖରୁ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରାଯାଇଛି।
ରାଜ୍ୟରେ ପ୍ରଥମ ଥର ଲାଗି ଶନିବାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗଜପତି ଜିଲାର ଆର. ଉଦୟଗିରିରେ ୨ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନୂଆପଡା ୨, ସମ୍ବଲପୁରର ବୁର୍ଲାରେ ୨, ଝାରସୁଗୁଡ଼ାର ଲଖନପୁରରେ ୨, ଲଇକେରାରେ ୧, ସୁନ୍ଦରଗଡ଼ର ହେମଗିରିରେ ୧, ହୀରାକୁଦ, ବରଗଡ଼ର ଅତାବିରା, ରାୟଗଡା, ଗଞ୍ଜାମର ମାଧମରିଡା, ଗଜପତିର ମହେନ୍ଦ୍ରଗଡ, କୁଚିଣ୍ଡା, ଜମନକିରା, ସମ୍ବଲପୁରରେ ୧ ସେଣ୍ଟିମିଟର ଲେଖାଏ ବର୍ଷା ହୋଇଛି।