BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆହୁରି ୩ ଦିନ ବର୍ଷା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । କିଛି ଜିଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ କେତେକ ସ୍ଥାନରେ କୁଆ ପଥର ସହିତ ମଧ୍ୟ ବର୍ଷା ମଧ୍ୟ ହେଉଛି । ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପଶ୍ଚିମା-ଝଡ ସହିତ ଦୁଇଟି ଟ୍ରଫ ଲାଇନ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡିଶାର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତା ୧୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ବୁଧବାର ଭୁବନେଶ୍ୱରରେ ପାଗ କୋହଲା ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଅପରିବର୍ତ୍ତିତ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।