BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆହୁରି ଦୁଇଦିନ ବର୍ଷା

ଭୁବନେଶ୍ୱର, ୨୪ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଦୁଇଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ବି ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ବାଲେଶ୍ୱର, ଚାନ୍ଦବାଲି, ବାରିପଦା, ଝାରସୁଗୁଡ଼ା, ସୁନ୍ଦରଗଡ଼, ହୀରାକୁଦ, ସୋନପୁରରେ ବର୍ଷା ହୋଇଥିବାବେଳେ କେନ୍ଦୁଝରରେ ସର୍ବାଧିକ ବର୍ଷା ହୋଇଛି। ସେପଟେ ରାଜ୍ୟରେ ପୁଣି ରାତିର ତାପମାତ୍ରା ହ୍ରାସ ପାଇବ। ବର୍ଷା ପାଇଁ ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୩ ରୁ ୪ ଡିଗ୍ରୀ ହ୍ରାସ ପାଇବ। ତେବେ ରବିବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୧୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ବାକି ସବୁଠି ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଥିଲା। ଏଥିସହ ବିଭିନ୍ନ ସ୍ଥାନରେ କୁହୁଡ଼ି ହୋଇଥିଲା। ବାଲେଶ୍ୱର, ଚାନ୍ଦବାଲି, ପାରାଦୀପ, ଅନୁଗୋଳ ଓ ବାରିପଦାରେ ଘନ କୁହୁଡ଼ି ଦେଖାଯାଇଥିଲା। ସେହିଭଳି ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଅନୁଗୋଳ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଏବଂ ମଙ୍ଗଳବାର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକରେ କୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।