BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ: କାର୍ଯ୍ୟସ୍ଥଳରେ ମହିଳାମାନଙ୍କୁ ଯୌନ ନିର୍ଯାତନା ଆଇନ ଉପରେ ଏକ ସମ୍ବେଦନଶୀଳ କାର୍ଯ୍ୟକ୍ରମ

ଭୁବନେଶ୍ବର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି) ଓ ଯୁବ ଏବଂ ସାମାଜିକ ବିକାଶ କେନ୍ଦ୍ର, ଭୁବନେଶ୍ୱରର ମିଳିତ ଆନୁକୁଲ୍ୟରେ କାର୍ଯ୍ୟସ୍ଥଳରେ ମହିଳାମାନଙ୍କୁ ଯୌନ ନିର୍ଯାତନା (ନିବାରଣ, ନିଷେଧ ଏବଂ ପ୍ରତିକାର) ଆଇନ, ୨୦୧୩ ଉପରେ ଏକ ସମ୍ବେଦନଶୀଳ କାର୍ଯ୍ୟକ୍ରମ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଆଇସିସିର ଅଧ୍ୟକ୍ଷା ପ୍ରଫେସର ଜ୍ୟୋତିର୍ମୟୀ ଆଚାର୍ଯ୍ୟଙ୍କ ସ୍ୱାଗତ ଭାଷଣ ସହିତ କାର୍ଯ୍ୟକ୍ରମଟି ଆରମ୍ଭ ହୋଇଥିଲା।

ଓପିଟିସିଏଲର ମାନବ ସମ୍ବଳ ବିକାଶର ମହାପ୍ରବନ୍ଧକ ଡକ୍ଟର ଇତିଶ୍ରୀ ସାହୁ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କର୍ମକ୍ଷେତ୍ରରେ ମହିଳାମାନେ ସମ୍ମୁଖୀନ ହେଉଥିବା ନିର୍ଯାତନାର ବ୍ୟାପକ ସମସ୍ୟା ଉପରେ ଆଲୋକପାତ କରି ଏହାର ମୁକାବିଲା ପାଇଁ ପ୍ରତିଷ୍ଠାନମାଙ୍କର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ।

ମୁଖ୍ୟ ଅତିଥି ଭାବେ ଯୁବ ଏବଂ ସାମାଜିକ ବିକାଶ କେନ୍ଦ୍ରର ପ୍ରତିଷ୍ଠାତା ଶ୍ରୀ ଜଗଦାନନ୍ଦ,ପୋଷ ଆଇନ ଅଧୀନରେ ଆଇସିସିର କାର୍ଯ୍ୟକାରିତା ବିଷୟରେ ଏକ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ।

ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ପ୍ରଫେସର ଚଣ୍ଡୀ ଚରଣ ରଥ ଯୌନ ନିର୍ଯାତନାର ନିବାରଣ, ସୁରକ୍ଷା ଏବଂ ପ୍ରତିକାରରେ ଆଇସିସିର ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।

କାର୍ଯ୍ୟକ୍ରମରେ ଶିକ୍ଷକ ଏବଂ ଅଣ-ଶିକ୍ଷକ କର୍ମଚାରୀଙ୍କ ସହିତ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ମହାବିଦ୍ୟାଳୟର ଆଇସିସି ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ ।