BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟସିଦ୍ଧି ଘଟିବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସକାଶେ ଘରକୁ ବନ୍ଧୁ ଆଗମନ ଘଟିବ। ସଭାସମିତିରେ ସୀମା ଭିତରେ ନ ରହିଲେ ସାଧାରଣ କଥାରେ ସମସ୍ୟା ଆସିବ। ପାରିବାରିକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଅନୁଭବ କରିବେ ।

ବୃଷ:-ଆଜି ବିଭିନ୍ନ କ୍ଷେତ୍ରରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ପ୍ରଶାସନିକ ସ୍ତରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍ ଦୂର ହେବ । ବ୍ୟବସାୟ, କଳା, ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ । ବନ୍ଧୁଙ୍କ ସାହାଯ୍ୟରେ କାମ ତ୍ୱରାନ୍ବିତ କରିବେ।

ମିଥୁନ:-ଆଜି ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ମନକଥା ଗୋପନ ନ ରଖିପାରି ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ କେତେକ ସମସ୍ୟା ଦୂର କରିବାକୁ ସକ୍ଷମ ହେବେ।

କର୍କଟ:-ଆଜି ଆର୍ଥିକ ଦୂରବସ୍ଥାକୁ ସୁଧାରି ନେଇପାରନ୍ତି । କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ନ ରହିଲେ ସମସ୍ୟା ଭିତରକୁ ଟାଣି ହୋଇଯିବେ । ନିର୍ମାଣ, ଯୋଗାଯୋଗ, ପ୍ରେସ୍, ପବ୍ଲିକେଶନ, ଆଲୋଚନା ଓ ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ପ୍ରତୀକ୍ଷିତ ଖବରଟି ଆଜି ପାଇ ଖୁସି ହେବେ।

ସି˚ହ:-ଆଜି ହଠାତ୍ ନୂତନ ଯୋଜନା ଆରମ୍ଭ କରିବେ। ମୌଖିକ ଆଲୋଚନା ନ କଲେ ସହଯୋଗ ଅଭାବରୁ ତାହା ମଉଳି ଯାଇପାରେ । ପରିସ୍ଥିତିବଶତଃ ଆପଣ କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ । ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାରେ ପଡ଼ିପାରନ୍ତି ।

କନ୍ୟା:-ଆଜି ସନ୍ଦେହୀ ମନୋଭାବ ହେତୁ କେତେକ ସମସ୍ୟା ଦେଖାଦେବ। ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଆପଣଙ୍କ ସକାଶେ ଦୁଶ୍ଚିନ୍ତାର କାରଣ ହୋଇପାରେ । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।

ତୁଳା:-ଆଜି କେତେକ ଅପୂରଣୀୟ ଆଶା ମନରେ ଆଲୋଡନ ସୃଷ୍ଟି କରିବ। ଆଜି ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ପରିସ୍ଥିତିର ତାଡନାରେ ଅଫିସରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ । ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ ।

ବିଛା:-ଆଜି ନିଜର ମଣୁଥିବା ବ୍ୟକ୍ତି ଆପଣଙ୍କ ପଛରେ ବିଭିନ୍ନ କଥା କହିବେ। ଆପୋଷ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ । ଚନ୍ଦ୍ରଙ୍କ ସ୍ଥିତି ପ୍ରଭାବରେ ଭାବୁଥିବା କାମଟିକୁ ଠିକ୍ ସମୟରେ ଶେଷ କରି ଖୁସି ହେବେ। କଳା, ସାହିତ୍ୟ, ଗବେଷଣା, ଅନୁସନ୍ଧାନ କ୍ଷେତ୍ରରେ ସମସ୍ୟା ସମାଧାନ ଆଶା ରହିଛି ।

ଧନୁ:-ଆଜି ଯେତେ ସମସ୍ୟା ଆସିଲେ ମଧ୍ୟ ତାହାର ସାମ୍ନା କରିବା ସଫଳ ହେବେ । ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଉତ୍ତରାଷାଢା ନକ୍ଷତ୍ର ସହକର୍ମୀ କିମ୍ବା ପ୍ରେମିକାଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ । ଯୁକ୍ତିତର୍କ କାରଣରୁ ପରିବାରରେ ସ୍ତ୍ରୀଙ୍କ ସହ ମନାନ୍ତର ସୃଷ୍ଟି ହୋଇପାରେ।

ମକର:- ଅସୁସ୍ଥତା ଦୂରେଇଯିବ । ଆକସ୍ମିକ ଭାବେ ବନ୍ଧୁଙ୍କ ବ୍ୟବହାର ବଦଳି ଯିବ, ଯାହା କି ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ଆଶାରେ ପଡ଼ୋଶୀ ବିନୟପୂର୍ଣ୍ଣ କଥା କହିପାରନ୍ତି । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ ।

କୁମ୍ଭ:-ସ୍ବଗୃହୀ ମଙ୍ଗଳଜନିତ କାମ ହାସଲ ସକାଶେ ଆଗନ୍ତୁକଟି ମୁହଁ ସାମନାରେ ପ୍ରଶଂସା ଓ ପଶ୍ଚାନ୍ତେ ସମାଲୋଚନା କରିପାରନ୍ତି । ବନ୍ଧୁମିଳନ, ସଂଗଠନ, ସଭାସମିତି କିମ୍ବା ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାରର ଭିତର ସମସ୍ୟା ସମ୍ପର୍କୀୟଙ୍କ ଚେଷ୍ଟାରେ ସମାଧାନ ହୋଇଯିବ । ଜଣେ ପଡୋଶୀ ସାହାଯ୍ୟର ପ୍ରତିଶ୍ରୁତି ଦେଇ ଆଶା ପୂରଣ କରିବେ ।

ମୀନ:-ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବୁଧଙ୍କ କୁପ୍ରଭାବରେ ବନ୍ଧୁଙ୍କ ଖାପଛଡା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତାପ୍ରକଟ କରିବେ । ଅବଶ୍ୟ ନିଜର କାର୍ଯ୍ୟ ଦକ୍ଷତା ହେତୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ