BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ଆଜିର କାମଗୁଡ଼ିକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ କିନ୍ତୁ ସମ୍ପୂର୍ଣ୍ଣ ନୁହେଁ। ଜଳ, ତୈଳ, ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ।

ବୃଷ:-ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବଦାନ୍ୟତାରୁ କାମ ହୋଇଯିବ। ଭାଇ,ଭଉଣୀଙ୍କ ସ୍ବାର୍ଥ ସକାଶେ ଘରେ କଳହ କରିପାରନ୍ତି।

ମିଥୁନ:-ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ବଢ଼ି ଯାଇପାରେ। ପରିବାରର ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ, ଯାହା କି ଦୁଶ୍ଚିନ୍ତାର କାରଣ ହୋଇପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସପାଇବ। ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।

କର୍କଟ:-କର୍ମକ୍ଷେତ୍ରରେ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ଫଳରେ ଟେନ୍ସନ ଲାଗି ରହିବ। ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସଂଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।

ସି˚ହ:-ଅଭାବ ଓ ଧାରକରଜ ହେତୁ ମନ ବେଶି ବିବ୍ରତ ରହିବ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହୋଇପାରନ୍ତି। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ । ସାମାଜିକ ସ୍ତରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ।

କନ୍ୟା:-କଠିନଶ୍ରମ ଓ ବିଶେଷ ଭ୍ରମଣଜନିତ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ। ସୁନା ଜିନିଷ କିଣା ବିକାରେ ଠକାମିରେ ପଡ଼ିପାରନ୍ତି। ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବ ଏବଂ ତାହାଠାରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସହକର୍ମୀଙ୍କ ମାଧ୍ୟମରେ ଇଚ୍ଛା କରୁଥିବା ଜିନିଷଟି ପାଇ ପାଇ ଖୁସୀ ହେବେ।

ତୁଳା:-ପିଲାର ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିବେ। ବିବାଦୀୟ ଘଟଣାଟି ସାୟାହ୍ନରେ ସମସ୍ୟାର ସମାଧାନ ହୋଇଯିବ।

ବିଛା:-ନାନା ସମସ୍ୟାରେ ପଡ଼ି ବିରସ ମନରେ ରହିବେ ଏବଂ ପରିବାରରେ ମଧ୍ୟ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। ମାତ୍ର ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିସ୍ଥିତିରେ ପଡ଼ି ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହୋଇପାରନ୍ତି।

ଧନୁ:-ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପ୍ରତିଯୋଗିତାରେ ସଫଳତା ହାସଲ କରି ସମ୍ମାନିତ ହୋଇପାରନ୍ତି। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

ମକର:-ଅଟକି ରହିଥିବା କାମ ବନ୍ଧୁ ସୁବିଧାରେ କରାଇ ଦେଇ ପାରନ୍ତି। ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ କିନ୍ତୁ ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଶ୍ରବଣା ନକ୍ଷତ୍ର ସହଜରେ କାମ ହାସଲ କରିବେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିବ।

କୁମ୍ଭ:-ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।

ମୀନ:-ପାରିବାରିିକ ପ୍ରତିରୋଧ ହେତୁ କାମ ଗୁଡ଼ିକ ଅଟକି ଯିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ସାମୟିକ ମନ ଖୁସୀ ରହିବ। ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ ।