BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୁରୀ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ, ଶାନ୍ତି ଶୃଙ୍ଖଳା ପ୍ରତି ପ୍ରାଥମିକତା ଦେବାକୁ ଗୁରୁତ୍ୱ

ଭୁବନେଶ୍ୱର : ଆଗାମୀ ବିଶ୍ୱ ପ୍ରସିଦ୍ଧ ପୁରୀ .ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହେବା ପାଇଁ ଜାରି ରହିଥିବା ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଆଜି ଅପରାହ୍ଣରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l

ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ୱାଇ. ବି. ଖୁରାନିଆ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ କୁମାର ପାଢ଼ୀ, ପୂର୍ତ୍ତ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ସମେତ ଅନ୍ୟ ସଂପୃକ୍ତ ବିଭିନ୍ନ ବିଭାଗର ସଚିବ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଆରକ୍ଷୀ ଅଧିକ୍ଷକ ବିନୀତ ଅଗ୍ରଓ୍ୱାଲଙ୍କ ସମେତ ରାଜ୍ୟ ପ୍ରଶାସନର ସମ୍ପୃକ୍ତ ବିଭିନ୍ନ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ତଥା ପୁଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ. ପାଢୀ ରଥଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ଶୃଙ୍ଖଳିତ ନୀତି କାନ୍ତି ପାଇଁ ପ୍ରସ୍ତୁତି କରାଯାଉଥିବା, ରଥ ପ୍ରସ୍ତୁତି ଜାରି ସହ ଆବଶ୍ୟକ କାଠ ସଂଗ୍ରହ କାର୍ଯ୍ୟ କରାଯାଉଥିବା ସଂପର୍କରେ ସୂଚନା ଦେଇଥିଲେ । ରଥ ଟଣା ବେଳେ ଯେପରି ରଥ ସମ୍ମୁଖରେ ଅନାବଶ୍ୟକ ଗହଳି ନହୁଏ, ସେଥିପ୍ରତି ଆଲୋଚନା କରାଯାଇଥିଲା।

ରଥଯାତ୍ରାରେ ଆଇନ୍ ଶୃଙ୍ଖଳା ରକ୍ଷା ସଂପର୍କରେ ପ୍ରସ୍ତୁତି ସଂପର୍କରେ ପୁରୀ ଆରକ୍ଷୀ ଅଧିକ୍ଷକ ବିସ୍ତୃତ ଭାବେ ଉପସ୍ଥାପନ କରିଥିଲେ । ରଥ ଯାତ୍ରାରେ ଭିଭିଆଇପିମାନଙ୍କ ନିମନ୍ତେ ବସିବା ସ୍ଥାନ ଓ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା । ବୈଠକରେ ମୁଖ୍ୟ ଶାସନ ସଚିବ ଆଇନଶୃଙ୍ଖଳା ପ୍ରତି ପ୍ରାଥମିକତା ଦେବାକୁ ଗୁରୁତ୍ୱ ଦେଇଛନ୍ତି । ପୁର୍ବରୁ ଶୃଙ୍ଖଳାର ସହିତ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଯେପରି କୌଣସି ପ୍ରକାର ତ୍ରୁଟି ନ ହୁଏ, ସେଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ପୋଲିସ ପ୍ରଶାସନ ଓ ସମ୍ପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

ବୈଠକରେ ପୁଲିସ୍ ପ୍ରଶାସନ ତରଫରୁ ମୁତୟନ ହେବାକୁ ଥିବା ଆରକ୍ଷୀ ବଳଙ୍କ ପାଇଁ ଅସ୍ଥାୟୀ ଶିବିର ନିମନ୍ତେ ନଳକୂପ ସହିତ ଓ୍ୱାଟକୋ,ପୁରୀ ତରଫରୁ ପାନୀୟ ଜଳ ବ୍ୟବସ୍ଥା, ଓ ସଫେଇ କର୍ମୀଙ୍କ ଦ୍ୱାର ପରିମଳ ରକ୍ଷା ସଂପର୍କରେ ଆଲୋଚନା କରାଯାଇଥିଲା । ଭକ୍ତ ତଥା ଜନସାଧାରଣଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ସୁବିଧା ପାଇଁ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ, ସହରର ବିଭନ୍ନ ଅଂଚଳରେ ପରିମଳ ବ୍ୟବସ୍ଥା ପାଇଁ ଯୋଜନା ପ୍ରସ୍ତୁତି ସଂପର୍କରେ ଆଲୋଚନା କରାଯାଇଥିଲା । ସମ୍ଭାବ୍ୟ ବର୍ଷାରେ ଜଳ ନିଷ୍କାସନ ନିମନ୍ତେ ପ୍ରସ୍ତୁତି ସ୍ୱରୂପ ପୁରୀ ମ୍ୟୁନିସିପାଲିଟି ତରଫରୁ ୧୫ ଟି ସମ୍ବେଦନଶୀଳ ଅଂଚଳ ଚିହ୍ନଟ କରାଯାଇଛି । ପୁରୀ ଡାକ୍ତରଖାନା ଛକ ସମେତ ସବୁଠି ଉଚ୍ଚ କ୍ଷମତା ସଂପନ୍ନ ଡିଜେଲ ପମ୍ପ ପ୍ରସ୍ତୁତି ରହିବ । ବିଭିନ୍ନ ସ୍ଥାନରେ ମୋବାଇଲ ଟଏଲେଟ୍ ଓ ଫାଇବର ପ୍ରସ୍ତୁତ ଶୌଚାଳୟ ସ୍ଥାପନ କରାଯିବ । ସେହିପରି ବିଭିନ୍ନ ରହଣି ସ୍ଥଳର ରକ୍ଷଣା ବେକ୍ଷଣ, ବିଦ୍ୟୁତ୍ ଭିତ୍ତିଭୂମି ଯାଂଚ, ଭିଆଇପି ମାନଙ୍କ ରହଣି ଓ ସୁରକ୍ଷା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । .

ବୈଠକରେ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବା ପାଇଁ ଟ୍ରାଫିକ ପରିଚାଳନା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ସିସିଟିଭି ସ୍ଥାପନ, ଭିଡ଼ ନିୟନ୍ତ୍ରଣ, ଯାନ ବାହନ ପାଇଁ ପାର୍କିଂ ବ୍ୟବସ୍ଥା, ରଥଟଣା ସୁବ୍ୟବସ୍ଥା, ପାସ୍ ବ୍ୟବସ୍ଥା ,.ବିଶିଷ୍ଟ ଅତିଥି ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା ଆଦି ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା l