BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

୩୯,୪୧୬ ହେକ୍ଟର ଅଞ୍ଚଳରେ ଜଳ ପରିଚାଳନା ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ପାଣି ପଞ୍ଚାୟତଗୁଡ଼ିକର ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱ

“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ

ଭୁବନେଶ୍ୱର : ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ଆଜି ବିଭାଗୀୟ ସମ୍ମିଳନୀ କକ୍ଷରେ ଜେଆଇସିଏ ( ଜାଇକା) ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟର ୭ମ ‘ପ୍ରକଳ୍ପ ପରିଚାଳନା କମିଟି’ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏହି ବୈଠକରେ ପ୍ରକଳ୍ପ ଅଧୀନରେ ଥିବା ସମୁଦାୟ ୩୯,୪୧୬ ହେକ୍ଟର ଅଞ୍ଚଳରେ ଜଳ ପରିଚାଳନା ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ପାଣି ପଞ୍ଚାୟତଗୁଡ଼ିକର ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବ । ଏଥିସହ ପ୍ରକଳ୍ପର ସଫଳ ରୂପାୟନ ପାଇଁ ଆପଣାଯାଇଥିବା ଶ୍ରେଷ୍ଠ ଅଭ୍ୟାସଗୁଡ଼ିକର ତଥ୍ୟଭୁକ୍ତ କରିବା ଏବଂ ଏହାର ସାମାଜିକ-ଆର୍ଥିକ ପ୍ରଭାବର ଅନୁଧ୍ୟାନ ଉପରେ ଆଲୋଚନା ହୋଇଥିଲା। ଏହାସହ କାର୍ଯ୍ୟାନ୍ୱୟନରେ ରହୁଥିବା ଜମି ଅଧିଗ୍ରହଣ ସମସ୍ୟାର ସମାଧାନ ଏବଂ ଚାଲୁ ରହିଥିବା ନିର୍ମାଣ କାର୍ଯ୍ୟକୁ ସମୟସୀମା ମଧ୍ୟରେ ଶେଷ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । 

ଏହି ବୈଠକରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ସାଗର ମହାନ୍ତି, ଜାଇକାର ମୁଖ୍ୟ ଯନ୍ତ୍ରୀ ଶ୍ରୀ ବିଜ୍ଞାନ ପ୍ରସାଦ ସାହୁ ଏବଂ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।