BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରୁଷିଆରେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ମସ୍କୋ,୨୪ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ବୁଧବାର ଦୁଇ ଦିବସୀୟ ଯାତ୍ରାରେ ରୁଷିଆରେ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ତାଙ୍କୁ ରୁଷିଆ ଉପବୈଦେଶିକ ମନ୍ତ୍ରୀ ଇଗୋରମୋର୍ଗୁଲୋବ କରିଥିଲେ । ରୁଷିଆ ଓ ୟୁକ୍ରେନ ମଧ୍ୟରେ ହେବାକୁ ଯାଉଥିବା ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା ବେଳେ ଇମ୍ରାନଙ୍କ ଏହି ଗସ୍ତ ଅଲୋଚନାର ବିଷୟ ହୋଇଛି । ତେବେ ଦୀର୍ଘ ୨ ଦଶନ୍ଧି ପରେ ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଇମ୍ରାନ ରୁଷିଆ ଗସ୍ତ କରିଛନ୍ତି । ଏହା ପୂର୍ବରୁ ୧୯୯୯ରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ରୁଷିଆ ଗସ୍ତ କରିଥିଲେ । ଇମ୍ରାନଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳ ବି ରୁଷିଆ ଗସ୍ତ କରିଛନ୍ତି । ଏମାନେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ୍ କରିବେ ବୋଲି ଜଣାପଡିଛି । ଏହି ସମୟରେ ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ଓ ଶକ୍ତି ସହଯୋଗର ସମିକ୍ଷା କରିବେ । ଏହାସହ ପ୍ରମୁଖ କ୍ଷେତ୍ରୀୟ ଓ ଅନ୍ତରାଷ୍ଟ୍ରୀୟ ବିଷୟ ସହ ଇସଲାମୋଫୋବିୟା ଓ ଆଫଗାନିସ୍ତାନର ପରିସ୍ଥିତିକୁ ନେଇ ଚର୍ଚ୍ଚା ବି କରିବେ । ରୁଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ଟୁଇଟ କରି ସୂଚନା ଦିଆଯାଇଛି କି ଉଭୟ ନେତାଙ୍କ ମଧ୍ୟରେ ଗୁରୁବାର ମସ୍କୋରେ ଆଲୋଚନା ହେବ । ସୂଚନାଯୋଗ୍ୟ, ଇମ୍ରାନ ଖାଁ ରୁଷିଆ ପହଞ୍ଚିବା ପୁର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଅନ୍ୟ ପଶ୍ଚିମ ଦେଶ ୟୁକ୍ରେନ ଉପରେ ଆକ୍ରମଣ କରିବା କାରଣରୁ ରୁଷିଆ ଉପରେ ଆର୍ଥିକ ପ୍ରତିବନ୍ଧକ ଲାଗାଇ ସାରିଛନ୍ତି ।