BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅକ୍ସିଜେନ୍ ପାଇଁ ୧ କୋଟି ଦେଲେ ତେନ୍ଦୁଲକର।

ନୂଆଦିଲ୍ଲୀ, ୩୦ା୪ (ବ୍ୟୁରୋ)-କରୋନା ରୋଗୀଙ୍କ ପାଇଁ ଅକ୍ସିଜେନ କ୍ରୟ ଲାଗି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଗୁରୁବାର ୧କୋଟି ଟଙ୍କା ଦାନ କରିଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଥିବାରୁ ଦେଶର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଏବେ ସଙ୍କଟରେ ପଡ଼ିଛି। ରୋଗୀଙ୍କୁ ଚିକିତ୍ସା କ୍ଷେତ୍ରରେ ଅକ୍ସିଜେନ ଓ ଗୁରୁତ୍ୱପୂର୍ଣ୍ଣ ଔଷଧର ଅଭାବ ଦେଖାଦେଇଛି। ସମଗ୍ର ଦେଶରେ ହସ୍ପିଟାଲଗୁଡ଼ିକୁ ଜୀବନରକ୍ଷାକାରୀ ଅକ୍ସିଜେନ କନ୍‌ସେନଟ୍ରେଟର୍ସ ଯୋଗାଇ ଦେଉଥିବା ‘ମିଶନ ଅକ୍ସିିଜେନ୍‌’ ନାମକ ସଂସ୍ଥାକୁ ତେନ୍ଦୁଲକର ଏହି ଅର୍ଥ ଦାନ କରିଛନ୍ତି। ସୂଚନାଯୋଗ୍ୟ, ମୁମ୍ବାଇର ଏହି ୪୮ ବର୍ଷୀୟ ବ୍ୟାଟିଂ ଆଇକନ ଗତ ମାସରେ କରୋନା ସଂକ୍ରମିତ ହୋଇଥିଲେ। ଡାକ୍ତରଖାନାରେ ଚିକିତ୍ସା ପରେ ସେ ସୁସ୍ଥ ହୋଇଥିଲେ। ଯୋଗ୍ୟ ବିବେଚିତ ହେବା ମାତ୍ରେ ସେ ପ୍ଲାଜ୍‌ମା ଦାନ କରିବାକୁ ପ୍ରସ୍ତୁତ ବୋଲି ନିକଟରେ ପ୍ରକାଶ କରିଥିଲେ।