BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିଶିଷ୍ଟ ସାହିତ୍ୟିକ ହୁସେନ ରବି ଗାନ୍ଧୀଙ୍କ ପରଲୋକ

କଟକ,୨୮ା୧: ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଅସୁସ୍ଥ ଥିବାରୁ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିଲେ। ତେବେ ଆଜି ମଧ୍ୟାହ୍ନରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କର ଶେଷ ଦର୍ଶନ ଲାଗି ମରଶରୀରକୁ କଟକ ବାସଭବନରେ ରଖାଯାଇଛି।

ସୂଚନାଯୋଗ୍ୟ, ଯାଜପୁର ଜିଲା ହାଲଡିଗଡିଆର ମୁଫତିବାଗରେ ୧୯୪୮ ଏପ୍ରିଲ ୨୩ରେ ଜନ୍ମଗ୍ରହଣ କରିଥିଲେ ହୁସେନ ରବି ଗାନ୍ଧୀ। ସେ ଏକ ଶାସକ ପରିବାରରେ ଜନ୍ମଗ୍ରହଣ କରିଥିଲେ। ସେ ଚୌଧୁରୀ ମହମ୍ମଦ ମୋଜାମିଲ ହୁସେନଙ୍କ ଜ୍ୟେଷ୍ଠପୁତ୍ର ଏବଂ ତାରାକୋଟେ ରାଜ୍ୟର ଶେଷ ଶାସକ ଚୌଧୁରୀ ମହମ୍ମଦ ଦାବିରୁଦ୍ଦିନଙ୍କ ନାତି ଅଟନ୍ତି। ସେ ପ୍ରଥମେ କୋରାଇ ଏମ୍‌.ଇ (ମଧ୍ୟମ ଇଂରାଜୀ) ବିଦ୍ୟାଳୟରେ ଏବଂ ପରେ ବରଗଡ଼ ଜିଓର୍ଜ ଉଚ୍ଚ ବିଦ୍ୟାଳୟରେ ପଢିଥିଲେ। ହୁସେନ ସମ୍ବଲପୁରର ଗଙ୍ଗାଧର ମେହେର କଲେଜରୁ ଇତିହାସରେ ମାଷ୍ଟର ଡିଗ୍ରୀ ହାସଲ କରିଥିଲେ। ଏହା ପରେ ସେ ସମ୍ବଲପୁରର ଲଜପତ ରାୟ ଆଇନ କଲେଜରୁ ନିଜର ଏଲ୍‌.ଏଲ୍‌.ବି ଶିକ୍ଷା ଗ୍ରହଣ କରିଥିଲେ। ସେ କଟକର ଓଡ଼ିଶା ହାଇକୋର୍ଟରେ କିଛି ଦିନ ପାଇଁ ଆଇନର ଅଭ୍ୟାସ କରିଥିଲେ। ସେ ଓଡ଼ିଶାର ବିଭିନ୍ନ ବିଭାଗରେ ଅଧ୍ୟୟନ କରୁଥିବା ହେତୁ ଏହା ତାଙ୍କୁ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରଚଳିତ ବିଭିନ୍ନ ଉପଭାଷା ଶିଖିବାର ସୁଯୋଗ ଦେଇଥିଲା। ପରେ ସେ ୧୯୯୦ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓଡ଼ିଆ ସାହିତ୍ୟରେ ପି.ଏଚ୍‌.ଡି କରିଥିଲେ। ୧୯୯୮ରୁ ୨୦୦୫ ପର୍ଯ୍ୟନ୍ତ ସେ ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରୁଥିଲେ। ୧୯୯୪ରେ ତାଙ୍କୁ କଟକ ମେୟରଙ୍କ ଦ୍ୱାରା ‘ବିପ୍ଳବୀ ଲୋକ କବି’ର ଆଖ୍ୟା ପ୍ରଦାନ କରାଯାଇଥିଲା। ୧୯୯୬ରେ ତାଙ୍କୁ ସ୍ବାଧୀନତା ସଂଗ୍ରାମୀ ସଂଗଠନ ପକ୍ଷରୁ ଓଡ଼ିଶାର ତତ୍କାଳୀନ ଉପମୁଖ୍ୟମନ୍ତ୍ରୀ ବସନ୍ତ କୁମାର ବିଶ୍ୱାଳ ତାଙ୍କୁ ଉତ୍କଳ ଜ୍ୟୋତି ଆଖ୍ୟା ପ୍ରଦାନ କରିଥିଲେ।