BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ,୨୫।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ସୋମବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କଟକ ସତୀଚଉରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ, ଚୌଦ୍ୱାର-କଟକ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହି ତାଙ୍କୁ ଶେଷ ଦର୍ଶନ କରିଥିଲେ।
ସୂଚନାଯୋଗ୍ୟ, ରବିବାର ରାତିରେ କଟକସ୍ଥିତ ବାସଭବନରେ ବୀଣାପାଣିଙ୍କ ପରଲୋକ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ସାହିତି୍ୟକା ବୀଣାପାଣି ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ସମ୍ମାନରେ ସମ୍ମାନିତ ହୋଇଥିଲେ।