BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଶୈଳଶ୍ରୀବିହାରରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭୁବନେଶ୍ୱର, ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ଆତ୍ମାର ସଦ୍‌ଗତି ଓ ଆହତଙ୍କ ଆଶୁ ଅରୋଗ୍ୟ କାମନା କରି ଶୈଳଶ୍ରୀବିହାରରେ ବିଶାଳ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସମାଜସେବୀ ତଥା ଯୁବନେତା ମନୋଜ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଶୋଭାଯାତ୍ରା ଶୈଳଶ୍ରୀବିହାର ଛକ ସ୍ଥିତ ତାରିଣୀ ମନ୍ଦିର ଠାରୁ ବାହାରି ଜଗନ୍ନାଥ ମନ୍ଦିର ପାଖରେ ପହିଞ୍ଚି ଥିଲା । ସେଠାରେ ମୃତକଙ୍କ ଆତ୍ମାର ସଦ୍‌ଗତି କାମନା କରିବା ସହିତ ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କରି ପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଯୁବନେତା ମାନସ ଦାଶ, ନରେଶ ପାତ୍ର, ବରିଷ୍ଠ ମୁରବୀ ସୁରେଶ ରଥ, ଶୈଳଶ୍ରୀବିହାର ଆବାସିକ ସଂଘ, ବିଭିନ୍ନ ସଂଗଠନ ଓ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା, ଯୁବକ ଓ ମହିଳାମାନେ ଯୋଗଦାନ କରିଥିଲେ ।