BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମଧ୍ୟାହ୍ନ ଭୋଜନ ପାଇଁ ମିଳିବ ଚାଉଳ ଓ ଟଙ୍କା।

ଭୁବନେଶ୍ୱର,୮/୫(ବ୍ୟୁରୋ): ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ବିଦ୍ୟାଳୟ ବନ୍ଦ ରହିଛି। ତେବେ ବିଦ୍ୟାଳୟ ବନ୍ଦ ଥିଲେ ମଧ୍ୟ ସରକାରୀ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନଭୋଜନ ବାବଦରେ ଚାଉଳ ଓ ଟଙ୍କା ମିଳିବ। ଏନେଇ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ୨୦୨୧-୨୨ ଶିକ୍ଷାବର୍ଷର ପ୍ରଥମ ପର୍ଯ୍ୟାୟରେ ଜୁନ୍‌ ୩୦ ପର୍ଯ୍ୟନ୍ତ ୩୭ ଦିନର ମଧ୍ୟାହ୍ନଭୋଜନ ଦିଆଯିବ। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ‌ ଭୋଜନ ବିତରଣ ନେଇ ନିୟମାବଳୀ ପ୍ରକାଶ ପାଇଛି।

ବିଦ୍ୟାଳୟ ପରିଚାଳନା କମିଟି(ଏସ୍‌ଏମ୍‌ସି) ସଦସ୍ୟଙ୍କ ଉପସ୍ଥିତିରେ ପ୍ରଧାନଶିକ୍ଷକ ଅଭିଭାବକଙ୍କୁ ବିଦ୍ୟାଳୟ କ୍ୟାମ୍ପ୍‌ସରେ ମଧ୍ୟାହ୍ନଭୋଜନ ଚାଉଳ ବଣ୍ଟନ କରିବେ। ତେବେ ବିତରଣ ସମୟରେ କରୋନା କଟକଣା ଯେଭଳି କଡ଼ାକଡ଼ି ଭାବେ ପାଳନ ହେବ ସେନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଧ୍ୟାନ ଦେବେ। ସମସ୍ତ ପ୍ରକ୍ରିୟାରେ ସ୍ବଚ୍ଛତା ବଜାୟ ରଖିବାକୁ ପ୍ରଧାନଶିକ୍ଷକ ପଦକ୍ଷେପ ନେବେ। ୩୭ ଦିନ ପାଇଁ ରନ୍ଧନ ଖର୍ଚ୍ଚର ଦେୟ ସିଧାସଳଖ ଛାତ୍ରଛାତ୍ରୀ କିମ୍ବା ଅଭିଭାବକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବାକୁ ନିଷ୍ପତ୍ତି ନିଆଯାଇଛି।