BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

୮ ରୁ ଖୋଲିବ ନବମ ଓ ଏକାଦଶ ଶ୍ରେଣୀ।

ଭୁବନେଶ୍ବର,୧/୨(ଓଡ଼ିଆ ନ୍ୟୁଜ): ଫେବୃଆରୀ ୮ରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଫେବୃଆରୀ ୮ରୁ ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଚାଲିବ କ୍ଲାସ। ସୋମବାରରୁ ଶନିବାର ସକାଳ ସାଢେ ୮ଟାରୁ ପୂର୍ବାହ୍ନ ସାଢେ ୧୦ଟା ପର୍ଯ୍ୟନ୍ତ କ୍ଲାସ ହେବ। ରବିବାର ପୂର୍ବଭଳି ଛୁଟି ରହିବ।
ପୂର୍ବରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ଖୋଲି ସାରିଛି ଏବଂ କୋଭିଡ୍‌ କଟକଣା ଓ ନିୟମ ପାଳନ କରି ଛାତ୍ରଛାତ୍ରୀ କ୍ଲାସ କରୁଛନ୍ତି। ଠିକ୍‌ ସେହିପରି ସ୍କୁଲରେ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ କରିବାକୁ ରାଜ୍ୟ ସରକାର ଆଜି ନିର୍ଦେଶ ଜାରି କରିଛନ୍ତି। ଛାତ୍ରଛାତ୍ରୀମାନେ ମାସ୍କ ପିନ୍ଧିବା ଜରୁରୀ। ପାଠପଢ଼ା ସମୟରେ ସାମାଜିକ ଦୂରତ୍ବ ବଜାୟ ରଖିବା ସାଙ୍ଗକୁ କୋଭିଡ୍‌ ନିୟମ ପାଳନ କରିବାକୁ ନିର୍ଦେଶ ଦିଆଯାଇଛି।