BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମଦର୍ସ ଡେ ପାଇଁ ସେଲଫି ପ୍ରତିଯୋଗିତାର ଶୁଭାରମ୍ଭ, ମେ’ ୧୦ ତାରିଖ ପର୍ଯ୍ୟନ୍ତ ପଠାଇପାରିବେ ମା’ଙ୍କ ସହ ସେଲଫି

  • #MoBou , #WCDOdisha, #Mothersday ଟ୍ୟାଗ କରି ସେଲଫି ସହ ବାର୍ତ୍ତା ସୋସିଆଲ ମିଡିଆରେ କରନ୍ତୁ ପୋଷ୍ଟ
    ଚଳିତ ବର୍ଷ ଭୁବନେଶ୍ୱର ୟୁନିଟ ୩ ରେ ଥିବା ଏକାମ୍ର ହାଟରେ ପାଳନ କରାଯିବ ମଦର୍ସ ଡେ
  • ମେ ୧୧ ତାରିଖ ମଦର୍ସ ଡେ ଅବସରରେ ପୁରସ୍କୃତ ହେବେ ଶ୍ରେଷ୍ଠ ଓ ହୃଦୟସ୍ପର୍ଶୀ ପୋଷ୍ଟ

ଭୁବନେଶ୍ୱର: ଆସନ୍ତା ମେ ୧୧ ତାରିଖରେ ସାରା ବିଶ୍ଵରେ ମଦର୍ସ ଡେ2025 ପାଳିତ ହେବାକୁ ଯାଉଛି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମେ ୬ ରୁ ୧୦ ପର୍ଯ୍ୟନ୍ତ ଏକ ସେଲଫି ପ୍ରତିଯୋଗିତା “ମଦର୍ସ ଡେ ସେଲଫି କଣ୍ଟେଷ୍ଟ” ଏକ ଅଭିନବ ପ୍ରୟାସର ଶୁଭାରମ୍ଭ କରିଛନ୍ତି । ନିଜ ମାଆଙ୍କ ସହ ସେଲଫି ଉଠାଇ, ମା ଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନରେ ଦୁଇ ପଦ ଲେଖି ମହିଳା ଓ ଶିଶୁ ବିକାଶ ବିଭାଗକୁ ଟ୍ୟାଗ କରନ୍ତୁ। #MoBou , #WCDOdisha, #Mothersday ରେ ଟ୍ୟାଗ କରି ସେଲଫି ସହ ଭାବାବେଗ ସମ୍ବଳିତ ବାର୍ତ୍ତା ପୋଷ୍ଟ କରିବା ପାଇଁ ବିଭାଗ ପକ୍ଷରୁ କୁହାଯାଇଛି । ଫେସବୁକ, ଇନଷ୍ଟାଗ୍ରାମ ଏବଂ ଏକ୍ସ ବା ଟ୍ଵିଟର, ପ୍ରତ୍ୟେକରୁ ୩ ଟି ଶ୍ରେଷ୍ଠ ଓ ହୃଦୟସ୍ପର୍ଶୀ ବିବେଚିତ ସେଲଫି ଏବଂ ବାର୍ତ୍ତା ପ୍ରେରକଙ୍କୁ ବିଜେତା ଘୋଷଣା କରି ମେ ୧୧ ତାରିଖ ମଦର୍ସ ଡେ ଦିବସରେ ଆକର୍ଷଣୀୟ ପୁରସ୍କାର ପ୍ରଦାନ କରାଯିବ । ବିଜେତାଙ୍କ ଫୋଟୋ ବିଭାଗର ଅଫିସିଆଲ ହ୍ୟାଣ୍ଡେଲରେ ପୋଷ୍ଟ କରାଯିବ ।

ମେ ୧୧ ତାରିଖରେ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟରେ ମଦର୍ସ ଡେ ପାଳନ ଅବସରରେ ବିଜେତାମାନେ ନିଜର ଉପଯୁକ୍ତ ପ୍ରମାଣପତ୍ର ଦର୍ଶାଇ ପୁରସ୍କାର ଗ୍ରହଣ କରିପାରିବେ । ଏହି କାର୍ଯ୍ୟକ୍ରମରେ ମା’ ମାନଙ୍କ ପାଇଁ ବହୁ ମଜାଳିଆ ଖେଳର ମଧ୍ୟ ଆୟୋଜନ କରାଯାଇଛି । ଭାଗ ନେବା ପାଇଁ ଚାଁହୁଥିବା ମା’ ମାନେ ମେ ୧୧ ତାରିଖ ଅପରାହ୍ନ ୩ ଟା ସମୟରେ ଏକାମ୍ର ହାଟ ଆସି ସେହି ସ୍ଥାନରେ ହିଁ ପଞ୍ଜିକରଣ କରି ମଜାଳିଆ ଖେଳରେ ଭାଗ ନେଇପାରିବେ । ବିଜେତାମାନଙ୍କୁ ସେହି କାର୍ଯ୍ୟକ୍ରମରେ ହିଁ ପୁରସ୍କୃତ କରାଯିବ।ବହୁ ସଂଖ୍ୟାରେ ମା’ ମାନେ ଏହି କାର୍ଯ୍ୟକ୍ରମରେ ଭାଗ ନବା ପାଇଁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।