BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଶ୍ରୀ ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶ୍ରୀ ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ “ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ-୨୦୨୧” ପ୍ରଦାନ କରାଯିବ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସାମଗ୍ରିକ ସାହିତ୍ୟ କୃତି, ଓଡ଼ିଆ ଭାଷା ପ୍ରତି ରହିଥିବା ଅବଦାନ ତଥା ଗବେଷଣାକୁ ବିଚାରକୁ ନେଇ ଶ୍ରୀ ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ “ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ-୨୦୨୧” ପାଇଁ ମନୋନୀତ କରାଯାଇଛି। ଜାନୁଆରୀ ୧୪ ତାରିଖ ଦିନ ବ୍ୟାସକବି ଫକୀର ମୋହନଙ୍କ ଜୟନ୍ତୀ ଅବସରରେ ଶ୍ରୀ ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ “ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ”ରେ ସମ୍ମାନିତ କରାଯିବା ସହ ୫ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ।