BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ ପଦକ ଅର୍ଜନ ସହ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିବା ନିମନ୍ତେ ସମସ୍ତ କ୍ରୀଡ଼ାବିତଙ୍କୁ ଆହ୍ବାନ

କନିଷ୍ଠ ଜାତୀୟ ହକି ଚାମ୍ପିୟନସିପ୍‌ର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳକୁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର:  ୧୫ତମ କନିଷ୍ଠ ଜାତୀୟ ହକି ଚାମ୍ପିୟନସିପ୍‌ର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳକୁ ଆଜି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ସମ୍ବର୍ଦ୍ଧିତ କରିଛନ୍ତି। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ପୁରୁଷ ହକି ଦଳର ଏହି ସଫଳତା ପାଇଁ ଦଳର ସମସ୍ତ କ୍ରୀଡ଼ାବିତ୍‌ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଭବିଷ୍ୟତରେ ମଧ୍ୟ ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ ପଦକ ଅର୍ଜନ ସହ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିବା ନିମନ୍ତେ ସମସ୍ତ କ୍ରୀଡ଼ାବିତଙ୍କୁ  ଆହ୍ବାନ ଦେଇଛନ୍ତି। ଏଥିସହ ଆମ କ୍ରୀଡ଼ାବିତ୍‌ମାନଙ୍କର ବିଜୟର ଗୌରବମୟ ଜୟଯାତ୍ରା ଆଗକୁ ମଧ୍ୟ ଜାରି ରହିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ଆଶାବ୍ୟକ୍ତ କରିଛନ୍ତି।

ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ହକି ଇଣ୍ଡିଆର ପ୍ରେସିଡେଣ୍ଟ ଦିଲୀପ ତିର୍କୀ, କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, ନିର୍ଦ୍ଦେଶକ ଡ଼. ୟେଦୁଲା ବିଜୟ, ହକି ପ୍ରମୋସନ କାଉନସିଲ, ଓଡ଼ିଶାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୀପଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।