BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କ୍ରୀଡ଼ାବିତ୍‌ ପ୍ରଣତୀ ନାୟକ ଓ ସାତ୍ତ୍ବିକ ସ୍ବାଇଁ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଏସିଆନ୍‌ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ ଚାମ୍ପିଅନସିପ୍-୨୦୨୫ରେ କାଂସ୍ୟ ପଦକ ଜିତିଥିବା କ୍ରୀଡ଼ାବିତ୍‌ ପ୍ରଣତୀ ନାୟକ ଏବଂ ୩୮ତମ ନ୍ୟାସନାଲ୍ ଅଣ୍ଡର-୯ ଚେସ୍ ଚାମ୍ପିଅନସିପ୍‌ରେ (୩୮ତମ ଜାତୀୟ ୯ବର୍ଷରୁ କମ୍ ଚେସ୍ ଚାମ୍ପିଅନସିପ୍‌) ସଫଳତା ଅର୍ଜନ କରିଥିବା ସାତ୍ତ୍ବିକ ସ୍ବାଇଁଙ୍କୁ ଆଜି ସମ୍ବର୍ଦ୍ଧିତ କରାଯାଇଛି।

କ୍ରୀଡ଼ାବିତ୍‌ ପ୍ରଣତୀ ନାୟକଙ୍କୁ ୭୫,୦୦୦ ଟଙ୍କା ଏବଂ ସାତ୍ତ୍ବିକ ସ୍ବାଇଁଙ୍କୁ ୩୦,୦୦୦ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି।

କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉଭୟ କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଥିସହିତ ଆଗାମୀ ଭବିଷ୍ୟତରେ ମଧ୍ୟ ଏହିପରି ଭାବରେ ବିଜୟର ଜୟଯାତ୍ରାକୁ ଜାରି ରଖିବା ପାଇଁ ଉଭୟ କ୍ରୀଡ଼ାବିତ୍‌ଙ୍କୁ ପ୍ରେରଣା ପ୍ରଦାନ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତର କାମନା କରିଥିଲେ।

ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ଅତିରିକ୍ତ ଶାସନ ସଚିବ ବିଜୟ କୁମାର ସ୍ୱାଇଁ, ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ପଣ୍ଡା, ଯୁଗ୍ମ ଶାସନ ସଚିବ ବିଜୟାନନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।