BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ନୀଳାଦ୍ରିବିହାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଜ୍ଞାନ ବିଜ୍ଞାନ ମେଳା

ଭୁବନେଶ୍ବର – ନାଳାଦ୍ରିବିହାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ଜ୍ଞାନ କୌଶଳ ବିଭାଗର ବରିଷ୍ଠ ବୈଜ୍ଞାନିକ ଲକ୍ଷ୍ମୀନାରାୟଣ ପାଢୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ବିଜ୍ଞାନ କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରଦର୍ଶନ କରି ବିଜ୍ଞାନର ଉପକାରିତାକୁ ସାଧାରଣ ଲୋକାଭିମୁଖୀ କରାଇବା ପାଇଁ ଉପସ୍ଥିତ ଶିଶୁ ବୈଜ୍ଞାନିକ ମାନଙ୍କୁ ପରାମର୍ଶ ଦେଇଥିଲେ । ଉଦ୍‌ଯାପନୀ ଉତ୍ସବରେ ଭାରତ ସରକାରଙ୍କ ଭୂତତ୍ଵ ବିଜ୍ଞାନ ବିଭାଗର ଅବସରପ୍ରାପ୍ତ ଉପମହାନିର୍ଦ୍ଦେଶକ ଡ ମନୋରଂଜନ ମହାନ୍ତି ମୁଖ୍ୟ ଅତିଥିଭାବେ ଯୋଗଦେଇ ଶିଶୁ ବୈଜ୍ଞାନିକମାନଙ୍କୁ ଭବିଷ୍ୟତରେ ଜଣେ ଜଣେ ସଫଳ ବୈଜ୍ଞାନିକ ହୋଇ ବିଜ୍ଞାନ କ୍ଷେତ୍ରରେ ଭାରତବର୍ଷକୁ ଏକ ସର୍ବୋଚ୍ଚ ସ୍ଥାନରେ ପହଞ୍ଚାଇବା ପାଇଁ ଆହ୍ବାନ ଦେଇଥିଲେ । ସମ୍ମାନୀତ ଅତିଥିଭାବେ ବିଦ୍ୟାଳୟର ସଭାପତି ଦେବାଶିଷ ପରିଡା, ସଂପାଦକ ଇନ୍ଦ୍ରମଣି ସେଣ୍ଡ ଯୋଗ ଦେଇଥିଲେ । ଏହି ଅବସରରେ କୁନିକୁନି ବୈଜ୍ଞାନିକ ମାନଙ୍କ ଦ୍ଵାରା ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏହା ବ୍ୟତିତ ଗଣିତ ପ୍ରଶ୍ନମଞ୍ଚ , ବିଜ୍ଞାନ ପ୍ରଶ୍ନମଞ୍ଚ ସଂସ୍କୃତିଜ୍ଞାନ ପ୍ରଶ୍ନମଞ୍ଚ , ଗଣିତ ଓ ବିଜ୍ଞାନ ପତ୍ରବାଚନ ଓ ଛାତ୍ର ନିବନ୍ଧ ପ୍ରତିଯୋଗିତା ଆଦି ଅନୁଷ୍ଠିତ ହୋଇଥିଲା । ଭିନ୍ନଭିନ୍ନ ପ୍ରତିଯୋଗିତାରେ ସଫଳ ପ୍ରତିଭାଗୀମାନଙ୍କୁ ମୁଖ୍ୟ ଅତିଥ୍ ଡ ମହାନ୍ତି ପୁରସ୍କୃତ କରିଥିଲେ । ବିଜ୍ଞାନ ମେଳାର ସଂଯୋଜକ ଦତ୍ତହରି ସ୍ଵାଇଁ ମେଳାର ବିବରଣୀ ପଠନ କରିଥିବା ବେଳେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ସୁରେଶ ଚନ୍ଦ୍ର ବେହେରା ମଞ୍ଚାସୀନ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ କେଦାର ନାଥ ସେଠୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରି ବିଜ୍ଞାନ ମେଳାକୁ ସଫଳ କରାଇଥିଲେ ।