BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ଭୁବନେଶ୍ୱର,: ନୀଳାଦ୍ରି ବିହାର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ଉପସଭାପତି ପଙ୍କଜ କୁମାର କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବେଗୁନିଆ କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଡକ୍ଟର ଦିଲ୍ଲିପ କୁମାର ମିଶ୍ର ଯୋଗଦେଇ ବିଜ୍ଞାନ ମେଳାକୁ ଉଦ୍‌ଘାଟନ କରିଥିଲେ । ସେ କହିଥିଲେ ବିଜ୍ଞାନ ଆମକୁ ଆଗକୁ ଆଗକୁ ନେଇ ଚାଲିଛି । ସାରା ବିଶ୍ୱରେ ଭାରତ ଆଜି ବିଜ୍ଞାନ କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଏହା କେବଳ ଆମ ବୈଜ୍ଞାନିକ ମାନଙ୍କର ଉନ୍ନତ ଜ୍ଞାନ କୌଶଳ ପାଇଁ ସମ୍ଭବ ହୋଇପାରିଛି । ଭବିଷ୍ୟତରେ ଜଣେ ଜଣେ ସଫଳ ବୈଜ୍ଞାନିକ ହୋଇ ଦେଶାମାତୃକାର ଉନ୍ନତି କଳ୍ପେ ତାହାକୁ ବିନିଯୋଗ କରିବାକୁ ସମସ୍ତ ଶିଶୁ ବୈଜ୍ଞାନିକ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଜ୍ଞାନ ବିଜ୍ଞାନ ମେଳାରେ ପ୍ରାୟ ୩୮୫ଜଣ ଶିଶୁ ବୈଜ୍ଞାନିକ ଅଂଶ ଗ୍ରହଣ କରି ନିଜ ନିଜର ପ୍ରକଳ୍ପ ଗୁଡିକ ପ୍ରଦର୍ଶନ କରିଥିଲେ । ବିଜ୍ଞାନ ପ୍ରକଳ୍ପ ବ୍ୟତୀତ ବିଜ୍ଞାନ ପ୍ରଶ୍ନ ମଞ୍ଚ, ବୈଦିକ ଗଣିତ ପ୍ରଶ୍ନ ମଞ୍ଚ , ସଂସ୍କୃତିଜ୍ଞାନ ପ୍ରଶ୍ନ ମଞ୍ଚ, ବିଜ୍ଞାନ ପତ୍ରବାଚନ, ମୂର୍ତ୍ତି କଳା, ସଂଗୀତ ଓ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ବିଜ୍ଞାନ ପ୍ରକଳ୍ପ ଏବଂ ଅନ୍ୟାନ୍ୟ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅର୍ଜନ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ମେଳାରେ ମୋଟ ୬୭୦ଜଣରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ନେତ୍ରାନନ୍ଦ ଜେନା ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥଲେ । ଜ୍ଞାନ ବିଜ୍ଞାନ ମେଳାର ପ୍ରମୁଖ ଦିଲ୍ଲିପ କୁମାର ପ୍ରଧାନ ବିଜ୍ଞାନ ମେଳାର ବିବରଣୀ ପାଠ କରିଥିବାବେଳେ ବିଦ୍ୟାଳୟର ଯୁଗ୍ମ ସଂପାଦକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।