BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟ କ୍ୟାବିନେଟରେ ୨୭ଟି ପ୍ରକଳ୍ପରେ ମୋହର।

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମହିଳା ଓ ଶିଶୁ କଲ୍ୟାଣ, କୃଷି, ମିଶନ ଶକ୍ତି, ସାମାଜିକ ସୁରକ୍ଷା ପ୍ରକଳ୍ପ ସମେତ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରକଳ୍ପକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି।ବୈଠକ ସମ୍ପର୍କରେ ମିଳିଥିବା ସୂଚନା ଅନୁସାରେ, ଚାଷୀଙ୍କ ହିତ ଲାଗି ସ୍ୱାମୀନାଥନ୍ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଏବଂ ସର୍ବନିମ୍ନ ସହାୟକ ମୂଲ୍ୟକୁ ଦୁଇଗୁଣ କରିବା ପାଇଁ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ। ଏ ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ଚାଷୀମାନଙ୍କୁ ସବୁପ୍ରକାରର ବିପଦଆପଦରୁ ସୁରକ୍ଷା ଦେବା ସକାଶେ ସାମଗ୍ରିକ ଭାବେ କୃଷିଜାତ ସାମଗ୍ରୀଗୁଡ଼ିକର ସର୍ବନିମ୍ନ ସୟାୟକ ମୂଲ୍ୟ ନିର୍ଦ୍ଧାରଣ ହେବା ଜରୁରୀ। କୃଷିକୁ ଅଧିକ ଲାଭଦାୟକ କରିବା ସହ ଚାଷୀଙ୍କ ଆୟ ବୃଦ୍ଧି ନିମନ୍ତେ ନୂଆ କୃଷି ନୀତି-୨୦୨୦ ‘ସମୃଦ୍ଧି’ କାର୍ଯ୍ୟକାରୀ ହେଉଥିବା ସୂଚନା ଦିଆଯାଇଛି।

ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ହସ୍ତଶିଳ୍ପ କ୍ଷେତ୍ରକୁ ସ୍ୱତନ୍ତ୍ର ଭାବେ ଗୁରୁତ୍ବ ଦିଆଯାଉଛି। ନିଯୁକ୍ତି ସମସ୍ୟାକୁ ଦୃଷ୍ଟିରେ ରଖି ଓଡ଼ିଶା ହସ୍ତଶିଳ୍ପ ସେବା ନିୟମ-୨୦୨୧ ଘୋଷଣା କରାଯାଇଛି। ସାମାଜିକ ସୁରକ୍ଷା ପାଇଁ ପ୍ରସ୍ତାବକୁ କ୍ୟାବିନେଟରେ ଅନୁମୋଦନ ମିଳିଛି। ରାଜ୍ୟର ସବୁ ଜିଲାରେ ପ୍ରର୍ଯ୍ୟାୟକ୍ରମେ ଭିତ୍ତିଭୂମି ପ୍ରକଳ୍ପ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ପ୍ରକଳ୍ପ ନିର୍ମାଣ କରାଯିବ। ଓଡ଼ିଶା ଭୂତଳ ଜଳ ଭୂବିଜ୍ଞାନ ସେବା ନିୟମ-୨୦୨୦କୁ ମଧ୍ୟ କ୍ୟାବିନେଟ୍‌ରେ ମୋହର ମରାଯାଇଛି।