BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସମସ୍ତେ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ।

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ସାରା ଦେଶରେ ପୁଣି ଥରେ କରୋନା ମହାମାରୀ ବ୍ୟାପୁଥିବା ବେଳେ ମାସ୍କ ବ୍ୟବହାରକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋମବାର ଟୁଇଟ୍‌ କରି କହିଛନ୍ତି, ସେ ସବୁବେଳେ ମାସ୍କ ବ୍ୟବହାର କରୁଛନ୍ତି। ଅନ୍ୟମାନେ କ’ଣ କରୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ସବୁବେଳେ ମାସ୍କ ବ୍ୟବହାର କରି କରୋନାଠାରୁ ଦୂରେଇ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋଲକାତାରୁ ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ସରକାରଙ୍କ କୋଭିଡ୍‌ ନିୟମ ଅନୁସାରେ ନିଜର ଆର୍‌ଟି ପିସିଆର୍‌ ଟେଷ୍ଟ ରିପୋର୍ଟ ଦେଖାଇଥିବା ଟୁଇଟ୍‌ କରି କହିଛନ୍ତି। ଏହାସହ ସେ ରାଜ୍ୟବାସୀଙ୍କୁ ସର୍ବଦା ମାସ୍କ ପିନ୍ଧିବା ସହ ସତର୍କ ରହିବା ଓ କୋଭିଡ୍‌ ନିୟମ ପାଳନ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଏ ସମ୍ପର୍କରେ ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି, ଆଜି କୋଲକାତାରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ସରକାରଙ୍କ କୋଭିଡ୍‌ ନିୟମ ଅନୁସାରେ ସେ ତାଙ୍କ ଆର୍‌ଟିପିସିଆର୍‌ ରିପୋର୍ଟ ଦେଖାଇଲେ। କରୋନା ମହାମାରୀ ସମୟରେ ନିଜେ ସତର୍କ ରହିବା ଏବଂ ନିଜେ ନିଜ ଦାୟିତ୍ୱକୁ ପାଳନ କରିବା ବୋଲି ସେ ଦର୍ଶାଇଛନ୍ତି।