BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କେନ୍ଦ୍ରମନ୍ତ୍ରୀଙ୍କ ଉପରେ ବର୍ଷିଲେ ପ୍ରଣବ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ଏହା ଉପରେ ପ୍ରତିକ୍ରିୟା ରଖି ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଟୁଇଟ୍‌ କରି ସେ କହିଛନ୍ତି, କେନ୍ଦ୍ର ସରକାର ଚାଷୀ ଆଇନ ପ୍ରତ୍ୟାହାର କରିଛନ୍ତି। କିନ୍ତୁ ଭାରତବର୍ଷରେ ପ୍ରାଣ ହରାଇଥିବା ୭୫୦ ନିରୀହ ଚାଷୀଙ୍କ କଥା ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହାର ନୈତିକ ଦାୟିତ୍ୱ କାହା ଉପରେ ବୋଲି ପ୍ରଣବ ପ୍ରଶ୍ନ କରିଛନ୍ତି। ଧର୍ମେନ୍ଦ୍ରଙ୍କୁ ଭାଇ ବୋଲି ସମ୍ବୋଧନ କରି ପ୍ରଣବ ଆହୁରି ଉଲ୍ଲେଖ କରିଛନ୍ତି, ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀଙ୍କ ପୁଅ ଗାଡ଼ି ଚଢ଼ାଇ ୭ଜଣ ନିରୀହ ଚାଷୀଙ୍କୁ ମାରି ଜେଲରେ ଅଛନ୍ତି। ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ତାଙ୍କ ଉପରେ ମକଦ୍ଦମା ହେଲା। ଆପଣଙ୍କ ମୂଲ୍ୟବାନ୍‌ ସମୟରୁ କିଛି ସମୟ ବାହାର କରି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀଙ୍କୁ ନୈତିକତାର ପାଠ ପଢ଼ାଇଲେ ଭଲ ହୁଅନ୍ତା। ଟ୍ରେନ୍‌ ଦୁର୍ଘଟଣାରେ ଶାସ୍ତ୍ରିଜୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଥିଲେ। ଆପଣଙ୍କ ସରକାର ଶାସନ କାଳରେ ଅନେକ ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଅନେକ ନିରୀହ ଲୋକ ପ୍ରାଣ ହରାଇଛନ୍ତି। ଆପଣଙ୍କ ମନ୍ତ୍ରିମଣ୍ଡଳରୁ କେତେଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି ବୋଲି ପ୍ରଣବ ପଚାରିଛନ୍ତି। ଯଦି ମମିତା ମେହେର ହତ୍ୟା ଘଟଣାରେ ଆପଣ କିମ୍ବା ଆପଣଙ୍କ ଦଳ ଆସି ପୋଲିସ କିମ୍ବା ଉଚ୍ଚନ୍ୟାୟାଳୟରେ ଠୋସ୍‌ ପ୍ରମାଣ ଦିଅନ୍ତି, ଇସ୍ତଫା ନୁହେଁ ମୁଖ୍ୟମନ୍ତ୍ରୀ ଆମ ମନ୍ତ୍ରୀଙ୍କୁ ଜେଲରେ ଭର୍ତ୍ତି କରିବେ। ଯେତେ ପ୍ରଭାବଶାଳୀ ବ୍ୟକ୍ତି ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଅତୀତରେ ଭୁଲ୍‌ ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବୋଲି ଆପଣ ସ୍ବୀକାର କରିଥିବାରୁ ଧନ୍ୟବାଦ। ଏବେ ମଧ୍ୟ ମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ବୋଲି ରାଜ୍ୟବାସୀ ଜାଣିଥିବା ପ୍ରଣବ କହିଛନ୍ତି।