BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜି କ୍ୟାବିନେଟ ବୈଠକ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସାଢେ ୧୨ଟା ସମୟରେ ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଭର୍ଚୁଆଲ ମୋଡ୍‌ରେ ବସିବାକୁ ଥିବା କ୍ୟାବିନେଟ୍‌ରେ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟତଃ ପଞ୍ଚାୟତିରାଜ, ଉଚ୍ଚଶିକ୍ଷା, ଆଇନ, ଗୃହ ଓ ନଗର ଉନ୍ନୟନ, ରାଜସ୍ବ ବିଭାଗର କେତେଗୁଡିଏ ପ୍ରସ୍ତାବକୁ ମଞ୍ଜୁରୀ ମିଳିବାର ଅଛି। ଯେଉଁ ମନ୍ତ୍ରୀମାନେ ନିଜ ଜିଲାରେ ଥିବେ ସେମାନେ ଜିଲାପାଳ ଅଫିସ୍‌ର କନଫରେନ୍ସିଂ ହଲ୍‌ରୁ ଭର୍ଚୁଆଲରେ ଯୋଡ଼ି ହେବେ। ତେବେ ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ହେବା ଯୋଗୁ କ୍ୟାବିନେଟ୍‌ ବାତିଲ ହୋଇପାରେ ବୋଲି ଚର୍ଚ୍ଚା ହେଉଥିଲେ ସୁଦ୍ଧା କୌଣସି ଚୂଡ଼ାନ୍ତ ଖବର ଆସି ନ ଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।