BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

ମକର ଓ ପୋଙ୍ଗଲ ପାଇଁ କଟକଣା ଜାରି

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ମକର ସଂକ୍ରାନ୍ତି ଓ ପୋଙ୍ଗଲ୍‌ ପାଳନ ଉପରେ ଲାଗିଲା କଟକଣା। ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ଏଭଳି ନିଷ୍ପତ୍ତି ନେଇଛନ୍ତି।

ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇ ବୁଡ଼ ପକାଇଥାନ୍ତି। ହେଲେ ଏଥର ଏସବୁକୁ ବାରଣ କରାଯାଇଛି। ଏହାଛଡ଼ା ମନ୍ଦିରରେ ସର୍ବସାଧାରଣଙ୍କ ପୂଜାର୍ଚ୍ଚନାକୁ ମନା କରାଯାଇଛି। ସମସ୍ତଙ୍କୁ ଘରେ ରହି ମକର ସଂକ୍ରାନ୍ତି ଓ ପୋଙ୍ଗଲ୍‌ ପର୍ବ ପାଳନ କରିବାକୁ ଜନସାଧାରଣଙ୍କୁ ଏସ୍‌ଆର୍‌ସି ଅନୁରୋଧ କରିଛନ୍ତି। କୋଭିଡ ସଂକ୍ରମଣକୁ ଦେଖି ଗହଳି ନ କରିବାକୁ ପରାମର୍ଶ ଦିଆଯାଇଛି। ମକର ମେଳାରେ ଉତ୍ସବ ପାଳନ କରିବା ସମ୍ପୂର୍ଣ୍ଣ ବାରଣ ହୋଇଛି। ଧର୍ମାନୁଷ୍ଠାନରେ କେବଳ ରୀତିନୀତି କରିବାକୁ ଅନୁମତି ପ୍ରଦାନ କରାଯାଇଛି।

ଏଥିରେ ଅବହେଳା ବା ନିୟମ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏନେଇ ସବୁ ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ପୌର କମିଶନର ଓ କଟକ-ଭୁବନେଶ୍ୱର ଟ୍ବିନ୍‌ ସିଟି ପୋଲିସ କମିଶନରଙ୍କୁ ମଧ୍ୟ ସୂଚିତ କରାଯାଇଥିବା ସେ କହିଛନ୍ତି।