BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟରେ ଆଜି ୩,୦୮୬ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ,୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧, ୭୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୨୮୯ ଜଣ ଓ ୧୮ ବର୍ଷ ମଧ୍ୟରେ ୪୫୪ ଜଣ ପଜିଟିଭ୍ ରହିଛନ୍ତି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୮୨, ବାଲେଶ୍ୱର ୭୬, ବରଗଡ ୩୬, ଭଦ୍ରକ ୭୭, ବଲାଙ୍ଗିର ୭୬, ବୌଦ୍ଧ ୧୬, କଟକ ୩୨୫, ଦେବଗଡ ୬୯, ଢେଙ୍କାନାଳ ୭୧, ଗଜପତିରୁ ୬୩ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୪୬, ଜଗତସିଂହପୁର ୭୪, ଯାଜପୁର ୧୪୯, ଝାରସୁଗୁଡା ୬୯, କଳାହାଣ୍ଡି ୭୭, କନ୍ଧମାଳ ୨୪, କେନ୍ଦ୍ରାପଡା ୪୯, କେନ୍ଦୁଝରରେ ୩୯, କୋରାପୁଟ ୪୪, ମାଲକାନଗିରି ୩୦, ମୟୁରଭଞ୍ଜ ୧୦୯, ନବରଙ୍ଗପୁର ୮୪, ନୟାଗଡ ୧୧୦, ନୂଆପଡା ୧୦୬, ପୁରୀ ୪୨, ରାୟଗଡା ୪୦, ସମ୍ବଲପୁର ୭୫, ସୋନପୁର ୩୫, ସୁନ୍ଦରଗଡ ୨୧୬ ଷ୍ଟେଟପୁଲରୁ ୧୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୮,୧୮୧ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୧ହଜାର ୫୪୬ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୫୨ହଜାର ୩୨୬କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୨ ହଜାର ୯୮ ଜଣ ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।