BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

ଆରମ୍ଭ ହେବ ଇ-ବସ୍ ସେବା

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍‌’ ସେବା ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌) ସମ୍ପର୍କରେ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ସହରାଞ୍ଚଳରେ ପରିବହନ କ୍ଷେତ୍ରରେ ‘ମୋ ବସ୍‌’ ସେବା ବର୍ତ୍ତମାନ ଏକ ଅତ୍ୟାଧୁନିକ ଆରାମ ଦାୟକ ଜନସାଧାରଣ ପରିବହନ ବ୍ୟବସ୍ଥା। ସମ୍ପ୍ରତି ଏହା ୩୨ଟି ରୁଟ୍‌ରେ ୨୨୫ ବସ ଚଳାଚଳ କରୁଛି। ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ପିପିଲି, କୋଣାର୍କ ଓ ପୁରୀ ଭଳି ସହର ଦୈନିକ ହାରାହାରି ୧.୫ ଲକ୍ଷ ଯାତ୍ରୀ ଏଥିରେ ଯାତାୟାତ କରୁଛନ୍ତି। ପରିବର୍ତ୍ତିତ ପରିସ୍ଥିତିରେ ଏଥିରେ ଖୁବ୍‌ଶୀଘ୍ର ବ୍ୟାଟେରି ଚାଳିତ ବା ଇ-ବସ୍‌ ସାମିଲ କରିବାକୁ ମନ୍ତ୍ରୀ ଜେନା ପରାମର୍ଶ ଦେଇଛନ୍ତି। ୨୦୧୯ ମସିହାରୁ ପ୍ରତି ବର୍ଷ ଦୈନିକ ଯାତ୍ରୀ ପରିବହନ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବାବେଳେ ରାଜସ୍ବ ମଧ୍ୟ ବୃଦ୍ଧି ପାଇଛି। ଇତିମଧ୍ୟରେ ଯାତ୍ରୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ମୋ ଇ-ରାଇଡ୍‌ , ଇ-ରିକ୍ସା ସେବା ଆରମ୍ଭ କରାଯାଇଛି। ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ୨୦୦ ଯାତ୍ରୀ ଅପେକ୍ଷା ପାଇଁ ଆଶ୍ରୟ ସ୍ଥଳ ନିର୍ମାଣ କରାଯାଇଛି। ପଟିଆ ଓ ଭଗବାନପୁରରେ ଅତ୍ୟାଧୁନିକ ବସ୍‌ ଡିପୋ ନିର୍ମିତ ହୋଇଥିବାବେଳେ ଗାଡ଼କଣ, ପୋଖରିପୁଟ ଓ ନରାଜଠାରେ ଡିପୋ କମ୍‌ ଅଫିସ ନିର୍ମାଣ କାର୍ଯ୍ୟ ଚଲିିଛି। କ୍ୟାପିଟାଲ ରିଜିଅନର ବିଭିନ୍ନ ଅଭ୍ୟନ୍ତରରେ ସେବା ପ୍ରଦାନ ପାଇଁ ପ୍ରାୟ ୧୦୦ ମିନି ବସ୍‌ ଚଳାଚଳ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି।