BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଗ୍ରୀଷ୍ମକାଳୀନ ଅତିରିକ୍ତ ୧୦୦ ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ସ୍ବରୂପ ଅତିରିକ୍ତ ୧୦୦ ଟଙ୍କା ଲେଖାଏ ପ୍ରଦାନ କରିବାକୁ ରାଜ୍ୟ ସରକାର ସୋମବାର ନିଷ୍ପତ୍ତି ନେଇଛନ୍ତି। ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ ଭତ୍ତା ହିତାଧିକାରୀମାନେ ଏହି ସହାୟତା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ପାଇବାକୁ ଥିବାବେଳେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ବାବଦରେ ଅତିରିକ୍ତ ୧୦୦ ଟଙ୍କା ଚଳିତ ମାସ ୧୫ ତାରିଖ ଦିନ ସେମାନଙ୍କ ନିୟମିତ ଭତ୍ତା ସହିତ ପ୍ରଦାନ କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ କମିଶନର ତଥା ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମା ପ୍ରକାଶ କରିଛନ୍ତି।