BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କଳା କ୍ଷେତ୍ରରେ ଓଡ଼ିଶାର ଅବଦାନ ସବୁବେଳେ ଅନନ୍ୟ

ରାଜ୍ୟସ୍ତରୀୟ କଳା ଉତ୍ସବ ୨୦୨୫ ଉଦଘାଟିତ

ଭୁବନେଶ୍ୱର : ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୫ ବୁଧବାର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୬, ଭୁବନେଶ୍ୱର ପରିସରରେ ଉଦଘାଟିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଓସେପା ଅନନ୍ୟା ଦାସ‌ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଓଡ଼ିଶାର ବିଭିନ୍ନ ଜୋନରୁ ଆସିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ କଳା କ୍ଷେତ୍ରରେ ଓଡ଼ିଶାର ଅବଦାନ ସବୁବେଳେ ଅନନ୍ୟ ବୋଲି ମତବ୍ୟକ୍ତ କରିଛନ୍ତି । ଛାତ୍ରଛାତ୍ରୀମାନେ ଭିତରେ ଲୁଚିରହିଥିବା ଅନ୍ତର୍ନିହିତ ଗୁଣାବଳୀର ପ୍ରକାଶ ପାଇଁ ଏହି କାର୍ଯ୍ୟକ୍ରମ ଏକ ପ୍ରକୃଷ୍ଠ ମାଧ୍ୟମ ବୋଲି ସେ ପରିପ୍ରକାଶ କରିଛନ୍ତି । ଏଥିସହ ଛାତ୍ରଛାତ୍ରୀମାନଙ୍କର ଉତ୍ତମ ପ୍ରଦର୍ଶନ ସେମାନଙ୍କୁ କେନ୍ଦ୍ରସ୍ତରରେ ସଫଳତା ପ୍ରଦାନ କରିବବୋଲି ଆଶାବ୍ୟକ୍ତ କରିଛନ୍ତି ।

କାର୍ଯ୍ୟକ୍ରମରେ ଚଳଚିତ୍ର ଅଭିନେତ୍ରୀ ମେଘନା ମିଶ୍ର ସ୍ୱତନ୍ତ୍ର ଅତିଥି ଭାବରେ ଯୋଗ ଦେଇ କଳାର ମହତ୍ତ୍ୱ ସମ୍ବନ୍ଧରେ ପିଲାମାନଙ୍କୁ ଅବଗତ କରାଇଥିଲେ । ପିଲାମାନେ ଉପଯୁକ୍ତ ଚିନ୍ତା, ଚେତନା, ଅନୁଭବ କରିବା ଓ ତାହାକୁ କାର୍ଯ୍ୟରେ ରୂପାନ୍ତରିତ କରିବା ପାଇଁ ପ୍ରେରଣା ଦେଇଥିଲେ ।

ଏହି ଅବସରରେ ଓସେପାର ଅତିରିକ୍ତ ନିର୍ଦ୍ଦେଶକ (ସାଧାରଣ) ସଙ୍ଗୀତା ବେହେରା ସମସ୍ତ ଅତିଥିମାନଙ୍କୁ ସ୍ୱାଗତ ଅଭିଭାଷଣର ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଜାତାବାଳା ଦାସ ପିଲାମାନଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଥିଲେ। ଓସେପାର ଯୁଗ୍ମ ନିର୍ଦ୍ଦେଶକ ଡ. ସନ୍ତୋଷ କୁମାର ରାଉତ ଅତିଥିବୃନ୍ଦ ଓ କର୍ମକର୍ତ୍ତା ମାନଙ୍କୁ ସେମାନଙ୍କର ବହୁମୂଲ୍ୟ ସମୟ ପ୍ରଦାନ କରି ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିବାରୁ ଧନ୍ୟବାଦ ଅର୍ପଣ କରିଥିଲେ।

ଏଠାରେ ପ୍ରକାଶ ଥାଉକି, ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୫ ରେ ରାଜ୍ୟର ୬ଟି ଜୋନରୁ ୧୪୦ଜଣ ପିଲା ଉକ୍ତ ଉତ୍ସବରେ ଯୋଗଦେଇଛନ୍ତି । ଏହି କାର୍ଯ୍ୟକ୍ରମ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୬ ରେ ଦୁଇ ଦିନ ଧରି ଚାଲୁ ରହିବ।